Odiapua.com

ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ – ଧର୍ମେନ୍ଦ୍ର ପ୍ରଧାନ

– ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିପାରିଥିଲେ

ଭୁବନେଶ୍ୱର, ସେପ୍େଟମ୍ବର ୧୩ (ଓଡ଼ିଆ ପୁଅ) – ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବରେ ମର୍ମାହତ। ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା।

ଦୀର୍ଘ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିପାରିଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି।