Odiapua.com

ବଲାଙ୍ଗୀର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨କୁ ଛୁଇଁଲା

ବଲାଙ୍ଗୀର, ୨୬-୦୭ (ଓଡ଼ିଆ ପୁଅ/ସନ୍ତୋଷ ନାୟକ), ବଲାଙ୍ଗୀର ଜିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଗତକାଲି ଜିଲ୍ଲାରେ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ନୂଆ ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବଲାଙ୍ଗୀର ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୨୭୧ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟ ୬୧ ଜଣ ସକ୍ରିୟ ଅଛନ୍ତି। ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୩୭୬ ଜଣଙ୍କ ମଧ୍ୟରୁ ବଲାଙ୍ଗିର ଜିଲ୍ଲାର ୧୯ ଜଣ ପଜିଟିଭି ଥିବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି।