ବଲାଙ୍ଗୀର ,ତା୧୨/୦୬(ଓଡ଼ିଆ/ପୁଅ/ସନ୍ତୋଷ ନାୟକ) ବଲାଙ୍ଗୀର ଜିଲ୍ଲାରେ ଆଜି ନୂଆ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବଲାଙ୍ଗୀର ଜିଲ୍ଲାର କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୮୭ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟ ୪୨ ଜଣ ସକ୍ରିୟ ଅଛନ୍ତି। ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୧୪ ଜଣଙ୍କ ମଧ୍ୟରୁ ବଲାଙ୍ଗିର ଜିଲ୍ଲାର ୫ ଜଣ ପଜିଟିଭି ଥିବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।