Odiapua.com

ବଲାଙ୍ଗୀର ଜିଲ୍ଲାର ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଲେ

ବଲାଙ୍ଗୀର ୨-୬ (ଓଡ଼ିଆ ପୁଅ/ସନ୍ତୋଷ ନାୟକ) ବଲାଙ୍ଗୀର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଆଜି ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କର ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଚିକିତ୍ସାଳୟରୁ ତାଙ୍କୁ ଛୁଟି ଦିଆଯାଇଛି। ଏଥି ସହିତ ବଲାଙ୍ଗୀର ଜିଲ୍ଲାରେ କରୋନାରୁ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୯ ରେ ପହଞ୍ଚିଛି। ଜିଲ୍ଲାର କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯ ଥିବାବେଳେ ୯ ଜଣ ସୁସ୍ଥ ଓ ୮୦ ଜଣ ସକ୍ରିୟ ଥିବା ଜଣାପଡିଛି।ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।