Home ଓଡ଼ିଶା ବସ୍ତି ବାସିନ୍ଦାଙ୍କ ପାଇଁ ଅଣ୍ଟା ଭିଡ଼ିଲା ଭୁବନେଶ୍ୱର ଜିଲ୍ଲା କଂଗ୍ରେସ

ବସ୍ତି ବାସିନ୍ଦାଙ୍କ ପାଇଁ ଅଣ୍ଟା ଭିଡ଼ିଲା ଭୁବନେଶ୍ୱର ଜିଲ୍ଲା କଂଗ୍ରେସ

86

ଭୁବନେଶ୍ୱର ୧୮.୧୨ (ଓଡ଼ିଆ ପୁଅ) – ଆଜିକୁ ୧୧ ଦିନ ହେବ ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାଡ ନଂ- ୬୫ ଡୁମୁଡୁମା ହାଉସିଂବୋର୍ଡ ଫେଜ-୧, ସୁବାଷବୋଷ ନଗର ବସ୍ତି ବାସିନ୍ଦାମାନେ ରାଜ୍ୟ ସରକାର ଦ୍ୱାରା ବେଆଇନ ବସ୍ତି ଉଚ୍ଛେଦକୁ ବିରୋଧ କରି ଦିବାରାତ୍ର ଧାରଣାରେ ବସିଛନ୍ତି। ଏହାକୁ ସମର୍ଥନ କରି ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ଅନୁରୋଧ କ୍ରମେ କଂଗ୍ରେସ ନେତୃବୃନ୍ଦ ଉକ୍ତ ଧାରଣାରେ ସାମିଲ ହୋଇଥିଲେ।

ଧାରଣାରେ ଯୋଗଦେଇ ଏଆଇସିସି ସାଧାରଣ ସଂପାଦକ ତଥା ଓଡ଼ିଶା ପ୍ରଭାରୀ ଡ. ଏ ଚେଲା କୁମାର ବସ୍ତିବାସିନ୍ଦାଙ୍କୁ ସମ୍ବୋଧିତ କରି କହିଥିଲେ ଗରିବ ଶ୍ରେଣୀୟ ଲୋକଙ୍କୁ କଂଗ୍ରେସ ଦଳ ସଦାସର୍ବଦା ସୁରକ୍ଷା ଦେଇ ଆସୁଛି। ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଠୁ ଆରମ୍ଭ କରି ରାଜୀବ ଗାନ୍ଧୀ, ଶ୍ରୀଯୁକ୍ତ ମନମୋହନ ସିଂ ଙ୍କ ପର୍ଯ୍ୟନ୍ତ ଭୂମିହୀନଙ୍କୁ ଗୃହ ନିର୍ମାଣ ପାଇଁ ମାଗଣାରେ ଜମି ଏବଂ ପରବର୍ତି ସମୟରେ ଗୃହ ନିର୍ମାଣ ପାଇଁ ଆର୍ଥିକ ଅନୁଦାନ ପ୍ରଦାନ ଯୋଜନା କଂଗ୍ରେସ ଦ୍ୱାରା ଆରମ୍ଭ ହୋଇଥିଲା। ଏହି ଯୋଜନା ଗୁଡ଼ିକୁ ପରବର୍ତ୍ତୀ ସମୟରେ କେନ୍ଦ୍ର ଓ ରାଜ୍ୟ ସରକାର ନାମ ପରିବର୍ତ୍ତନ କରି ନିଜସ୍ୱ ଯୋଜନା ହିସାବରେ ଲୋକଙ୍କ ଆଖିରେ ଧୂଳି ଦେଇଛନ୍ତି। ଡ. ଚେଲା କୁମାର କହିଥିଲେ କେବଳ ଆଜି ନୁହେଁ ଯେପର୍ଯ୍ୟନ୍ତ ବସ୍ତିବାସିନ୍ଦାମାନଙ୍କୁ ନ୍ୟାୟ ନମିଳିଛି ସେଯାଏ କଂଗ୍ରେସ ଦଳ ଆନ୍ଦୋଳନରେ ସାମିଲ ହୋଇ ରହିଥିବ। ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ଅନୁରୂପ ଭାବେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅପାରଗତାକୁ ଦର୍ଶାଇ କହିଥିଲେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ବିରୋଧି ସରକାର। ଦରଦାମ ଠାରୁ ଆରମ୍ଭ କରି ସ୍ଥାୟୀତ୍ୱ ପର୍ଯ୍ୟନ୍ତ ସବୁଥିରେ ବିଫଳ। କଂଗ୍ରେସ କାଲି ମଧ୍ୟ ଗରିବ, ଦଳିତ ଓ ଅସହାୟଙ୍କ ସହ ଥିଲା ଆଗକୁ ମଧ୍ୟ ଅନ୍ୟାୟ ବିରୋଧରେ ପ୍ରଭାବିତଙ୍କ ସାଙ୍ଗରେ ଠିଆ ହେବ। ସେହିପରି ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଉପସଭାପତି ଶିବାନନ୍ଦ ରାୟ ବସ୍ତିବାସିନ୍ଦାଙ୍କୁ ଆସ୍ୱସନା ଦେଇ କହିଥିଲେ ପୋଲିସ, ପ୍ରଶାସନ କିମ୍ବା ସରକାର ବେଆଇନ ଭାବେ ବସ୍ତି ଉଚ୍ଛେଦ କରିପାରିବେ ନାହିଁ। ଯଦି ସେପରି କିଛି ପରିସ୍ଥିତି ଉପୁଜେ ତେବେ କଂଗ୍ରେସ ଦଳ ଆଗରେ ଠିଆହେବ। ଜିଲ୍ଲା ସଭାପତି ଶ୍ରୀଯୁକ୍ତ ବିଶ୍ୱଜିତ ଦାଶ ପରିଶେଷରେ କହିଥିଲେ ଯଦି ବସ୍ତିବାସିନ୍ଦାଙ୍କୁ ନ୍ୟାୟ ନମିଳେ ତେବେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କୋର୍ଟର ଆଶ୍ରୟ ନେବା ସହ ଆନ୍ଦୋଳନକୁ ଓହ୍ଲାଇବ। ଏହି ଧାରଣା ସଭାକୁ ବସ୍ତି ସଭାପତି ଶ୍ରୀ ପୁଷ୍କର ସୁବୁଦ୍ଧି ପରିଚାଳନା କରିଥିଲେ।

ଆଜିର ଏହି ଧାରଣା କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏଆଇସିସି ସଂପାଦକ ଶ୍ରୀ ଜି. ରୁଦ୍ର ରାଜୁ, ପିସିସି ସଂପାଦକ ସୁବ୍ରତ ମହାପାତ୍ର, ଜ୍ଞାନଦେବ ବେଉରା, ରଶ୍ମି ମହାପାତ୍ର, ସେକ ତାକୱିମ, ଆଶିଷ ମଲ୍ଲିକ, ବ୍ଲକ ସଭାପତି ସେକ ଆପତାବ ଅଲ୍ଲି, ଅଶୋକ ଦାସ, ଶ୍ରୀଧର ବଳିଆର ସିଂ, ପ୍ରଦୀପ ମହାପାତ୍ର, ଦୀପକ ମହାପାତ୍ର, ଇନ୍ଦ୍ରଜିତ ରାଉତ, ଗୋବିନ୍ଦ ସାହୁ, କୁସୁମ ପ୍ରଧାନ, ରୀନା ସାହୁ, ରବିନ୍ଦ୍ର ନାୟକ, ବିଚିତ୍ର ପାତ୍ର, ବିକ୍ରମ ସୁନ୍ଦରରାୟ, ନିଆଜୁଲ ଇସ୍‌ଲାମ, ଦେବାଶିଷ ଦାସ, ଶିବନ ମୁସରଫ, ସାଗର ପରିଡ଼ା ପ୍ରମୁଖ ସାମିଲ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.