Home ଜିଲ୍ଲା ପରିକ୍ରମା ବହୁଦରଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷୀକ ଉତ୍ସବ ସମାରୋହ

ବହୁଦରଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷୀକ ଉତ୍ସବ ସମାରୋହ

51

ଭଦ୍ରକ, ୫ା୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ବ୍ଲକ୍ ଅଧିନସ୍ଥ ବହୁଦରଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷୀକ ଉତ୍ସବ ମହାସମାରୋହର ପାଳିତ ହୋଇଯାଇଛି। ଉକ୍ତ ଉତ୍ସବକୁ ଭଦ୍ରକ ବିଧାୟକ ସଂଜିବ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଶ୍ରୀ ମଲ୍ଲିକ ଛାତ୍ରଛାତ୍ରୀମାନଙ୍କ ଅର୍ନ୍ତନିହିତ ପ୍ରତିଭାର ବିକାଶ ପାଇଁ ଶିକ୍ଷକ, ଶିକ୍ଷୟତ୍ରୀ ଓ ପିତାମାତାଙ୍କ ଯଥେଷ୍ଟ ଆବଶ୍ୟକତା ରହିଛି। ଛାତ୍ରଛାତ୍ରୀମାନେ ନିଜର ଲକ୍ଷ୍ୟ ସ୍ଥିର କରିବା ସହିତ ଏହାକୁ ହାସଲ କରିବାକୁ ଶ୍ରୀ ମଲ୍ଲିକ ଆହ୍ୱାନ ଦେଇଥିଲେ। ସ୍ୱତନ୍ତ୍ର ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉର୍ମିଳା ନାୟକ ଯୋଗଦେଇଥିବାବେଳେ, ମୁଖ୍ୟବକ୍ତା ଭାବେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରଫେସର ଡ. କମଳାକାନ୍ତ ଜେନା ଯୋଗଦେଇଥିଲେ।

ସମ୍ମାନିତ ଅତିଥି ଭାବେ ଭଦ୍ରକ ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ମୁକୁନ୍ଦ ଦେବ ସାମଲ, ବହୁଦରଡ଼ା ଗ୍ରାମ ପଞ୍ଚାୟତର ସରପଞ୍ଚ ମଞ୍ଜୁଲତା ସାମଲ, ଜିଲ୍ଲା ପରିଷଦ ସଦସ୍ୟା ଗୀତାରାଣୀ ମଲ୍ଲିକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଂଜିତ ଦାସ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ସେହିପରି ଉଦଯାପନୀ ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ, ମୁଖ୍ୟବକ୍ତା ଭାବେ ବରିଷ୍ଠ ଆଇନଜୀବୀ ଦିବ୍ୟସିଂହ ନାୟକ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସ୍ତମ୍ଭକାର ଅଧ୍ୟାପକ ବିଶ୍ୱରଂଜନ ଦାସ, ଆଇନଜୀବୀ ଗଦାଧର ବଳ ଯୋଗ ଦେଇଥିବାବେଳେ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ମୁକୁନ୍ଦଦେବ ସାମଲ ଉକ୍ତ ବାର୍ଷିକ ଉତ୍ସବର ଆଭିମୁଖ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଦ୍ୟାଳୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ। ପରେ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଶିଷ୍ଟ ହାସ୍ୟ ଅଭିନେତା ସତ୍ରବ୍ରତ ପାଣିଗ୍ରାହୀ ଓ ସତ୍ୟବ୍ରତ ମିଶ୍ର, ମିଟୁ ମାନସଙ୍କ ଦ୍ୱାରା ବିଭିନ୍ନ ହାସ୍ୟାଭିନୟ ବିଶେଷ ଆକର୍ଷଣର କେନ୍ଦ୍ର ବିନ୍ଦୁ ହୋଇଥିଲା। ଉକ୍ତ ଉତ୍ସବକୁ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.