Home Top News ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା, ସାଲୁଜା କହିଲେ...

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା, ସାଲୁଜା କହିଲେ ଷଡ଼ଯନ୍ତ୍ର, ସିବିଆଇ ତଦନ୍ତ ହେବା ଦରକାର

77

ଭୁବନେଶ୍ୱର ୨୦-୧୨ (ଓଡ଼ିଆ ପୁଅ) ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଥିବା ଖବର ପ୍ରକାଶ ପାଇଛି। ମମିତା ମେହେର ହତ୍ୟା ମାମାଲରେ ସଜା କାଟୁଥିବା ଗୋବିନ୍ଦ ସାହୁ କଣ୍ଟାବାଞ୍ଜି ଜେଲ୍ ଭିତରେ ଥିବା ଏକ ଛୋଟ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି କୁହାଯାଉଛି। ଆଜି ଜେଏମଏଫସି କୋର୍ଟରେ ହାଜର ହୋଇଥାନ୍ତେ ଗୋବିନ୍ଦ। କିନ୍ତୁ ଏହା ପୂର୍ବରୁ ଗୋବିନ୍ଦ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ମେଡିକାଲରେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ଆଜି କୋର୍ଟରେ ହାଜର ହୋଇ ଥାଆନ୍ତେ ଗୋବିନ୍ଦ। କିନ୍ତୁ ତା’ ପୂର୍ବରୁ ତାଙ୍କର ମୃତ୍ୟୁ ହୋଇ ଯାଇଛି। ତେବେ କିଭଳି ଜଣେ କଏଦୀ ଜେଲ ଭିତରେ ଏପରି ଆତ୍ମହତ୍ୟା କରିପାରିବ? ଏହାର ଉତ୍ତର ଏବେ ଅସ୍ପଷ୍ଟ ରହିଛି। ଏବେ ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର ତଦନ୍ତ ଡିଆଇଜି କରିବେ ବୋଲି ଜଣାପଡ଼ିଛି।

ଅପର ପକ୍ଷରେ ତେବେ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ର କଣ୍ଟାବାଞ୍ଜି ଜେଲ ଭିତରେ ଆତ୍ମହତ୍ୟା ନା ହତ୍ୟା ? ଏ ନେଇ ଉଠିଛି ପ୍ରଶ୍ନ। ଜେଲ ଭିତରେ ଜଣେ କିପରି ଆତ୍ମହତ୍ୟା କରିବ ବୋଲି ପ୍ରଶ୍ନ ଉଠୁଛି। କାହାକୁ ବଞ୍ଚାଇବା ପାଇଁ ଏ ଉଦ୍ୟମ କରାଯାଇଥାଏ ବୋଲି ବିଭିନ୍ନ ମହଲରେ ପ୍ରଶ୍ନ ଉଠୁଛି।

କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା ପଛରେ ଷଡଯନ୍ତ୍ର ରହିଛି। ଗୋବିନ୍ଦ ସାହୁ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ ହେବା ଦରକାର ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଦାବି କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.