Home Top News ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ...

ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ- ଧର୍ମେନ୍ଦ୍ର ପ୍ରଧାନ

58

– ରେଳ ପ୍ରକଳ୍ପ ଅନ୍ତର୍ଗତ ବାରୁଆଁ ପାହାଡ଼ର ୮୪୦ ମିଟର ଲମ୍ବ ସୁଡ଼ଙ୍ଗ କାର୍ଯ୍ୟ ଶେଷ ପର୍ଯ୍ୟାୟରେ
– ରେଳ ଲାଇନ ପ୍ରକଳ୍ପ ଓଡିଶାର ଖଣି ଅଂଚଳରେ ରେଳ ସଂଯୋଗୀକରଣକୁ ସୁଦୃଢ଼ କରିବ
– ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶାରେ ରେଳ କାର୍ଯ୍ୟର ବିକାଶକୁ ପ୍ରାଥମିକତା

ଭୁବନେଶ୍ୱର, ନଭେମ୍ବର ୨୮ (ଓଡ଼ିଆ ପୁଅ) – ରାଜ୍ୟବାସୀଙ୍କ ପାଂଚ ଦଶନ୍ଧୀର ଦାବିକୁ ପୂରଣ କରିବା ତଥା ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମକୁ ତ୍ୱରାନ୍ୱିତ କରୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ମୋଦି ସରକାରଙ୍କ ନେତୃତ୍ୱରେ ଓଡ଼ିଶାରେ ରେଳ ଯୋଗାଯୋଗ ତଥା ସଂଯୋଗୀକରଣରେ ବିକାଶର କାମ ତ୍ୱରାନ୍ୱିତ ହୋଇଛି। ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ ସୁନାଖଣି ଓ ସମଲ ଷ୍ଟେସନ ମଧ୍ୟରେ ଥିବା ବାରୁଆଁ ପାହାଡ଼ର ୮୪୦ ମିଟର ଲମ୍ବ ସୁଡ଼ଙ୍ଗ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି।

୧, ୯୨୮ କୋଟି ଖର୍ଚ୍ଚରେ ୧୪୯.୭୮ କିମି ଏହି ରେଳ ଲାଇନ ପ୍ରକଳ୍ପ ଓଡିଶାର ଖଣି ଅଂଚଳରେ ରେଳ ସଂଯୋଗୀକରଣକୁ ସୁଦୃଢ଼ କରିବ। ରାଉରକେଲା ଓ ତାଳଚେର ମଧ୍ୟରେ ଦୂରତା ହ୍ରାସ ହେବ ଏବଂ ତାଳଚେର ଓ ରାଜ୍ୟର ଅର୍ଥନୀତିକୁ ଗତି ଦେବ। ୧୬.୩୧ କିମିର ସୁନାଖଣି-ସମଲ ଓ ସମଲ-ପରବିଲ୍ ୨ଟି ବ୍ଲକ ସେକ୍ସନକୁ ୨୦୨୧-୨୨ରେ କାର୍ଯ୍ୟକ୍ଷମ କରିବା ପାଇଁ ମଧ୍ୟ ଲକ୍ଷ୍ୟ ରଖାଯାଇଛି।

ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶାରେ ରେଳ କାର୍ଯ୍ୟର ବିକାଶକୁ ପ୍ରାଥମିକତା ଦିଆଯାଇଛି। ରାଜ୍ୟବାସୀଙ୍କ ପାଂଚ ଦଶନ୍ଧୀର ଦାବିକୁ ପୂରଣ କରିବା ଦିଗରେ ସମସ୍ତ ବାଧାବିଘ୍ନକୁ ହଟାଇବା ପାଇଁ ନିରନ୍ତର କାର୍ଯ୍ୟ କରାଯାଉଛି ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.