Home Top News ବାଗ୍ମୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ବାଗ୍ମୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

62

ଭୁବନେଶ୍ୱର ୮/୫ (ଓଡ଼ିଆ ପୁଅ) ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତିର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି। ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା। ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାରରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ।

ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.