Home Top News ବାଣପୁର ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ-ଧର୍ମେନ୍ଦ୍ର ପ୍ରଧାନ

ବାଣପୁର ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ-ଧର୍ମେନ୍ଦ୍ର ପ୍ରଧାନ

88

ଲୋକ ଓ ପୋଲିସ କର୍ମୀଙ୍କ ଉପରେ ଚିଲିକା ବିଧାୟକ ଗାଡ଼ି ଚଢ଼ାଇବା ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ

– ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ- ଏହା ସ୍ଲୋଗାନ ବଦଳରେ ପ୍ରତିବଦ୍ଧତା ହେବା ଜରୁରୀ
– ଆହତ ଓ ସଙ୍କଟାପନ୍ନ ଥିବା ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କଲେ
– ଜଣେ ବିଧାୟକ ଅମାନୁଷିକ ଭାବରେ ସର୍ବସାଧାରଣରେ ଜନତା ଓ ପୋଲିସ କର୍ମଚାରୀଙ୍କ ଉପରେ ନିଜେ ଗାଡ଼ି ଚଲାଇ ଗାଡ଼ି ଚଢ଼ାଇବା ସମ୍ଭବତଃ ଓଡ଼ିଶାରେ ପ୍ରଥମ
– ଏହି ଘଟଣାକୁ ଯେତେ କଡ଼ା ଶବ୍ଦରେ କହିଲେ ବି କମ୍ ହେବ
– ରାଜ୍ୟ ପ୍ରଶାସନ ଘଟଣାକୁ ଗୁରୁତ୍ୱର ସହ ନେଇ ତୁରନ୍ତ ଦୃଢ଼ରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ
– ପଂଚାୟତ ନିର୍ବାଚନ ସମୟରେ ଶାସକ ଦଳର ହିଂସାତ୍ମକ କାର୍ଯ୍ୟ ଉପରେ ମୁଁ ଉଦବେଗ ପ୍ରକାଶ କରିଥିଲି
– ଭୁବନେଶ୍ୱର ଲକ୍ଷ୍ମୀସାଗର ଅଂଚଳରେ ବିଜେପି କାର୍ଯ୍ୟକର୍ତାଙ୍କ ଉପରେ ଆକ୍ରମଣ ଘଟଣାକୁ ବି ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ମାର୍ଚ୍ଚ ୧୨ (ଓଡ଼ିଆ ପୁଅ) – ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ନିର୍ବାଚିତ ପ୍ରତିନିଧି ପ୍ରଶାନ୍ତ ଜଗଦ୍ଦେବ ନୀରିହ ଜନତା ଓ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରୋଶମୂଳକ ଭାବେ ଗାଡ଼ି ଚଢ଼ାଇଦେବା ଘଟଣାର ଦୃଶ୍ୟ ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଏହି ଘଟଣାରେ ଆହତ ଓ ସଙ୍କଟାପନ୍ନ ଥିବା ବ୍ୟକ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଟ୍ୱିଟ୍ କରିଛନ୍ତି ଯେ ଜଣେ ବିଧାୟକ ଅମାନୁଷିକ ଭାବରେ ସର୍ବସାଧାରଣରେ ଜନତା ଓ ପୋଲିସ କର୍ମଚାରୀଙ୍କ ଉପରେ ନିଜେ ଗାଡ଼ି ଚଲାଇ ଗାଡ଼ି ଚଢ଼ାଇବା ସମ୍ଭବତଃ ଓଡ଼ିଶାରେ ପ୍ରଥମ। ଏହି ଘଟଣାକୁ ଯେତେ କଡ଼ା ଶବ୍ଦରେ କହିଲେ ବି କମ୍ ହେବ। ରାଜ୍ୟ ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ତୁରନ୍ତ ଦୃଢ଼ରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।

ପଂଚାୟତ ନିର୍ବାଚନ ସମୟରେ ଶାସକ ଦଳର ହିଂସାତ୍ମକ କାର୍ଯ୍ୟ ଉପରେ ମୁଁ ଉଦବେଗ ପ୍ରକାଶ କରିଥିଲି। ରାଜ୍ୟ ପ୍ରଶାସନ ଏ ଘଟଣା ଗୁଡ଼ିକରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଭଳି ଅନୁଭବ ହେଉନାହିଁ। ପୌର ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ଅନେକ ସ୍ଥାନରେ ପ୍ରାକ୍ ନିର୍ବାଚନୀ ହିଂସା ଘଟିବା ଚିନ୍ତା ଓ ପରିତାପର ବିଷୟ।

ଗତକାଲି ବିଳମ୍ବିତ ରାତ୍ରୀରେ ଭୁବନେଶ୍ୱର ଲକ୍ଷ୍ମୀସାଗର ଅଂଚଳରେ ବିଜେପି କାର୍ଯ୍ୟକର୍ତାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ମୁଁ ନିନ୍ଦା କରୁଛି। ଆହତ ହୋଇଥିବା କାର୍ଯ୍ୟକର୍ତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ପ୍ରଶାସନ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ- ଏହା ସ୍ଲୋଗାନ ବଦଳରେ ପ୍ରତିବଦ୍ଧତା ହେବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.