Home Top News ବାପା , ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ଶିଶୁମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ...

ବାପା , ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ଶିଶୁମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଯୋଜନା “ଆଶୀର୍ବାଦ’

166

ଉଭୟ ପିତା ମାତା ତଥା single parentଙ୍କୁ ହରାଇ ଥିବା ପିଲାଙ୍କୁ ମିଳିବ ମାସିକ ପଚିଶଶହ ଟଙ୍କା

– କେବଳ ମୁଖ୍ୟ ଉପାର୍ଜନ କାରୀ ବାପା ବା ମା ଜଣକୁ ହରାଇ ଥିବା ପିଲାଙ୍କୁ ମାସିକ ପନ୍ଦର ଶହ ଟଙ୍କା

– ଜଣେ ବି ଅସହାୟ ଶିଶୁ ଯେପରି ବାଦ୍ ନ ପଡେ ସେଥିପାଇଁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

– ଜିଲ୍ଲା ପାଳ କରିବେ ପ୍ରତି ବର୍ଷ ସ୍ଵତନ୍ତ୍ର ଅଭିଯାନ।

ଭୁବନେଶ୍ୱର ୨୦/୬ (ଓଡ଼ିଆ ପୁଅ) ଗତ ଅପ୍ରେଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନ କାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିଷା ଦୀଷା ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା। ଆଶୀର୍ବାଦ ଘୋଷଣା କରିଛନ୍ତି।

ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି। ବାପା , ମା ଉଭୟଙ୍କୁ ହରାଇ ଥିବା ପିଲା। single parentଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନ କାରୀ ବାପା ବା ମା ଙ୍କ ମଧ୍ୟରୁ ଜଣକୁ ହରାଇଥିବା ପିଲା।

ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ବାସ୍ଥ୍ୟ ପାଇଁ ମାସିକ ୨୫୦୦ ଟଙ୍କା electronically ଜମା କରାଯିବ। ପିଲାକୁ ୧୮ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ। ତା ପୂର୍ବରୁ ଯଦି ପିଲା କୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ ତେବେ ଆଉ ସହାୟତା ଦିଆଯିବ ନାହିଁ।

ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ।

ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ।

ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ।ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୂଥାନ୍ତି , ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ।ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ , କେନ୍ଦୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ। ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲା ପାଳ ସହଯୋଗ ଯୋଗାଇ ଦେବେ।

ଉଚ୍ଚ ଶିଷା ପାଇଁ ପିଲାକୁ ରାଜ୍ୟ ସରକାରଙ୍କ Green passage ଯୋଜନାରେ ସହଯୋଗ ଯୋଗାଇ ଦିଆଯିବ।

ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳକୁ ଦୃଷ୍ଟିରେ ରଖି ତାଙ୍କୁ out of turnରେ ଘର ମଞ୍ଜୁର କରାଯିବ।

ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ , out of turn ରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ।

ପିଲାଙ୍କ ସମ୍ପତ୍ତି ର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ତହସିଲଦାର ଓ ପୋଲିସ ସହ ସମନ୍ବୟ ରଖି ଆବଶ୍ୟକ ପଦକ୍ଷେପ ନେବେ।

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲାର ଦାୟିତ୍ୱ ନେଇଥିବା ଆତ୍ମୀୟଙ୍କ ସହ ନିୟମିତ ଯୋଗାଯୋଗରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖିବେ।

ବିଜୁ ଶିଶୁ ସୁରକ୍ଷା ଯୋଜନା ଓ juvenile justice fund ରୁ ଆବଶ୍ୟକ ସ୍ଥଳେ ଏ ପିଲାମାନଙ୍କୁ ସହାୟତା ମିଳିପାରିବ।

ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟଙ୍କ ପାଖରେ ନ ରହି କୌଣସି child care institution ରେ ରୁହନ୍ତି ତେବେ ସେ ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା recurring deposit ଭାବରେ ପ୍ରତି ମାସରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ ଜମା କରାଯିବ। ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରାଯିବ।

ପିଲାର ଶିଷା ସ୍ଵାସ୍ଥ୍ୟ ଓ ସୁରକ୍ଷା ବ୍ୟବସ୍ଥା ଉପର ବର୍ଣ୍ଣିତ ଵ୍ୟଵସ୍ଥା ଅନୁଯାୟୀ କରିଯିବ।

ଯେଉଁ ଷେତ୍ରରେ ପିଲାର ରୋଜଗାର କରୁଥିବା ବାପା ବା ମାଆଙ୍କ ମୃତ୍ୟୁ ଘଟିଥିବ ଏବଂ ସେ ବଞ୍ଚି ରହିଥିବା ବାପା ବା ମା ପାଖରେ ରହୁଥିବ ସେ ଷେତ୍ରରେ ପିଲାକୁ ଅଠର ବର୍ଷ ହେବା ପର୍ଯ୍ୟନ୍ତ। ତାର ଭରଣପୋଷଣ ପାଇଁ ବଞ୍ଚି ଥିବା ମା ବା ବାପା କିମ୍ବା ପିଲା ର ବ୍ୟାଙ୍କ ଖାତାରେ ମାସିକ ପନ୍ଦର ଶହ ଟଙ୍କା ଜମା କରାଯିବ।

ପିଲାକୁ ଯଦି କେହି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରନ୍ତି ସେ ଷେତ୍ର ରେ ଆଉ ସହାୟତା ମିଳିବ ନାହିଁ।

ପିଲାର ମା ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞ୍ଜୁର କରାଯିବ। ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ର ସୁବିଧା ମଧ୍ୟ ମିଳିବ।

ଏତଦ୍ବ୍ୟତୀତ ମାଗଣା ଶିଷା ସ୍ଵାସ୍ଥ୍ୟ ଵୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ।

District child protection unit , childline ତଥା ପଞ୍ଚାୟତ ସ୍ତରୀୟ କମିଟି ବ୍ଲକ କମିଟି frontline worker civil society ଜରିଆରେ ପିଲାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିବେ।

ଏହି ଯୋଜନା ପାଇଁ ଯୋଗ୍ୟ ପିଲା ବା ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ମାନେ ମଧ୍ୟ ମୃତ୍ୟୁ ପ୍ରମାଣ ପତ୍ର ସହ DCPUକଙ୍କୁ ଆବେଦନ କରିପାରିବେ।

ଅସମୟରେ ବାପା ମା ଙ୍କୁ ହରାଇ ଥିବା ଜଣେ ବି ଅସହାୟ ଶିଶୁ ଯେପରି ଏ ଯୋଜନା ରୁ ବାଦ୍ ନ ପଡେ ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ନିୟମିତ ଭାବରେ ପ୍ରତି ବର୍ଷ special drive କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.