କେନ୍ଦ୍ରାପଡା ୧୬/୩ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ୯ମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଶିଶୁ ବିଦ୍ୟାମନ୍ଦିରର ପ୍ରତିଷ୍ଠାତା ସଭାପତି ପ୍ରମୋଦ କୁମାର ସାହୁଙ୍କ ପୈାରହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବରେ ପ୍ରଧାନ ଆଚାର୍ଯ୍ୟ ବିଭୂତି ରଞ୍ଜନ ରାଉତ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ମଧୁସାଗର ମହୋତ୍ସବ କମିଟିର ସହ ସମ୍ପାଦକ ଆଚାର୍ଯ୍ୟ ମଦନମୋହନ ବେହେରା ଯୋଗଦେଇ ଶିଶୁ ବିଦ୍ୟା ମନ୍ଦିରର ଉତ୍ତମ ଶିକ୍ଷାଦାନ ପଦ୍ଧତି ଓ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଜୀବନ ଗଠନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଶିଶୁ ବିଦ୍ୟା ମନ୍ଦିରର ସମ୍ପାଦକ ରାଜଗୋପାଳ ମହାନ୍ତି ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଶିକ୍ଷାର୍ଥିମାନକ ଜୀବନଶୈଳି ଗଠନ ସମ୍ପର୍କରେ ଦିଗଦର୍ଶନ ଦେଇଥିଲେ। ଶେଷରେ ଶିଶୁ ବିଦ୍ୟା ମନ୍ଦିରର କ୍ରୀଡା ଗୁରୁଜୀ ପ୍ରଦୀପ ବେହୁରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉତ୍ସବରେ ଶିଶୁ ବିଦ୍ୟା ମନ୍ଦିରର ସମସ୍ତ ଗୁରୁଜୀ ଗୁରୁମା ଓ ଅଭିଭାବକମାନେ ଯୋଗଦେଇଥିଲେ।