Odiapua.com

ବାଲୁଗାଁ ପିକ୍ ନିକ୍ ଗାଡି ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ : ତିନି ମୃତକ ଛାତ୍ର ଙ୍କ ଆତ୍ମୀୟଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୭/୧୧ (ଓଡ଼ିଆ ପୁଅ) ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶୋକସନ୍ତପ୍ତ ପରିବାରମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକ ଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହା ସହିତ ଦୁର୍ଘଟଣା ରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।