Home ଉପ ନିର୍ବାଚନ ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜୁ ଜନତା ଦଳର ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ...

ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜୁ ଜନତା ଦଳର ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ତାଲିକା ପ୍ରକାଶ

100

ଭୁବନେଶ୍ବର ୧୬-୧୦ (ଓଡ଼ିଆ ପୁଅ) : ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଜୁ ଜନତା ଦଳର ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ତାଲିକା ପ୍ରକାଶ ପାଇଛି। ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ସହିତ ବିଧାୟକ ପ୍ରଣବ ପ୍ରକାଶ ଦାସ, ଅନନ୍ତ ଦାସ, ସୌମ୍ୟରଞ୍ଜନ ପଟ୍ଟନାୟକ, ଦେବୀ ପ୍ରସାଦ ମିଶ୍ର, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସ ବର୍ମା, ଅତନୁ ସବ୍ୟସାଚୀ ନାୟକ, ଡକ୍ଟର ଅରୁଣ କୁମାର ସାହୁ, ପ୍ରତାପ ଜେନା, ନବକିଶୋର ଦାସ, ସୁଶାନ୍ତ ସିଂହ, ରାଜଶ୍ରୀ ମଲ୍ଲିକ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରତାପ କେଶରୀ ଦେବ, ନିରଞ୍ଜନ ପୂଜାରୀ, ସମୀର ରଞ୍ଜନ ଦାଶ, ପ୍ରେମାନନ୍ଦ ନାୟକ, ଦେବାଶିଷ ସାମନ୍ତରାୟ, ଦିବ୍ୟଶଙ୍କର ମିଶ୍ର, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ରବୀନ୍ଦ୍ର ଜେନା, ପ୍ରଶାନ୍ତ ମୁଦୁଲି, ରଘୁନନ୍ଦନ ଦାସ, ସୁଦାମ ମାର୍ଣ୍ଡି, ଜୀବନ ପ୍ରଦୀପ ଦାସ, ମୁନ୍ନା ଖାଁ, ଆକାଶ ଦାସ ନାୟକ, ଅରିନ୍ଦମ ରାୟ ଓ କୁନା ତ୍ରିପାଠୀ ଅଛନ୍ତି।

କିନ୍ତୁ ସାଂସଦ ଅନୁଭବ ମହାନ୍ତିଙ୍କୁ ଏହି ଷ୍ଟାର ପ୍ରଚାରକ ତାଲିକାରୁ ବାଦ ଦିଆଯାଇଛି। ଅପର ପକ୍ଷରେ ସିନେ ତାରକା ଅରିନ୍ଦମ ରାୟ, ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସ ନାୟକ, ରାଜ୍ୟସଭା ସାଂସଦ ତଥା ଅଭିନେତା ମୁନ୍ନା ଖାଁ, କୁନା ତ୍ରିପାଠୀ ଦଳର ସେଲିବ୍ରିଟି ଚେହେରା ହେବେ। କୁହାଯାଉଛିଯେ, କେନ୍ଦ୍ରାପଡ଼ାର ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କର ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହିତ ପାରିବାରିକ କଳହ, ବର୍ଷାଙ୍କୁ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଉଥିବା ଅଭିୟୋଗକୁ ନେଇ ତାଙ୍କ ବିରୋଧରେ କୋର୍ଟରେ ମାମଲା ଚାଲିଛି ତେଣୁ ଦଳ ତାଙ୍କୁ ଷ୍ଟାର ପ୍ରଚାରକ କଲେ ଦଳ ପାଇଁ ଭୋଟରଙ୍କ ସମର୍ଥନ ହାସଲ କରିବା କଷ୍ଟକର ହେବ ତେଣୁ ତାଙ୍କୁ ଏହି ଷ୍ଟାର ପ୍ରଚାରକ ତାଲିକାରୁ ବାଦ ଦିଆଯାଇଛି ବୋଲି ରାଜନୈତିକ ପଣ୍ଡିତମାନେ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.