Home Top News ବାହାନଗା ରେଳ ଦୁର୍ଘଟଣାରେ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫...

ବାହାନଗା ରେଳ ଦୁର୍ଘଟଣାରେ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି ଟଙ୍କା ମଞ୍ଜୁର

59

– ୭ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ

ଭୁବନେଶ୍ୱର ୦୬.୦୬ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି।

ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.