Odiapua.com

ବିଜୁ ଯୁବ ଜନତା ଦଳରେ ଦାୟୀତ୍ତ୍ୱ ପ୍ରଦାନ

ଭୁବନେଶ୍ୱର, ୨୦/୪ (ଓଡ଼ିଆ ପୁଅ) – ଆଜି ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବିଜୁ ଯୁବ ଜନତା ଦଳ ରାଜ୍ୟ ସାଂଗଠନିକ ସଂପାଦକ ଭାବେ ଶ୍ରୀ କମଳାକାନ୍ତ ମହାପାତ୍ରଙ୍କୁ ନିଯୁକ୍ତି ଦେଇଛନ୍ତି। ସେହିପରି ଶ୍ରୀ ରମେଶ ଚନ୍ଦ୍ର ବେହେରାଙ୍କୁ କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ-ପର୍ଯ୍ୟବେକ୍ଷକ, ଶ୍ରୀ ସୁଧୀର ମହାନ୍ତିଙ୍କୁ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ-ପର୍ଯ୍ୟବେକ୍ଷକ, ଛାତ୍ର ବିଜେଡି ରାଜ୍ୟ ସଭାପତି ଶ୍ରୀ ରାଣାପ୍ରତାପ ପାତ୍ରଙ୍କୁ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ସହ-ପର୍ଯ୍ୟବେକ୍ଷକ ଏବଂ ଶ୍ରୀ ନାରାୟଣ ମହାପାତ୍ରଙ୍କୁ କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି ବୋଲି ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି।