Odiapua.com

ବିଜେପି ଛାଡିଲେ ଦାମ

ଭୁବନେଶ୍ୱର,୧୬/୧୦,(ଓଡ଼ିଆ ପୁଅ ପି ନାଏକ): ବିଜେପି ଛାଡିଲେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ । ଦଳ ଏବେ ତାଙ୍କୁ ଆଉ ଆବଶ୍ୟକତା କରୁନି କି ଦଳରେ ତାଙ୍କ ଉପସ୍ଥିତି ମନେ କରୁନି, ସେଥିପାଇଁ ସେ ଆଜି ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ନିକଟକୁ ପଠାଇ ଦେଇଛନ୍ତି । ଗତ ସାଧାରଣ ନିର୍ବାଚନ ଚାପରେ ଭାରତୀୟ ଜନତା ପାର୍ଟିର ଦଳୀୟ କାର୍ଯ୍ୟକ୍ରମ କିମ୍ବା ନୀତି ନିଷ୍ପତ୍ତି ପ୍ରକ୍ରିୟା ମୋ ଉପସ୍ଥିତି ବା ସଂପୃକ୍ତି ଆଦୌ ଆବଶ୍ୟକ ହେଉ ନଥିବା ମୁଁ ଅନୁଭବ କରୁଛି। ଏହା ମୋ ଭିତରେ ଗଭୀର ମାନସିକ ଅସନ୍ତୁଳନ ସୃଷ୍ଟି କରିଛି । ରାଜ୍ୟ ବିଧାନସଭାରେ ୩୫ ବର୍ଷ ବିଧାୟକ ଏବଂ ପ୍ରାୟ ୬ ଥର କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ କାର୍ଯ୍ୟ କଲା ପରେ ଏବେ ମୋର ଅଲୋଡ଼ା ଓ ଅନାବଶ୍ୟକ ସ୍ଥିତି ସକ୍ରିୟ ନିର୍ବାଚନ ରାଜନୀତିରୁ ସଂପୂର୍ଣ୍ଣ ଅବ୍ୟାହତି ନେବା ପାଇଁ ବାଧ୍ୟ କରୁଛି ପରିଣତ ବୟସରେ ଦଳୀୟ ନିର୍ବାଚନ ରାଜନୀତିରେ ନିଜକୁ ସଂଶ୍ଳିଷ୍ଟ ନକରି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କର ଜଣେ ଉତ୍ସର୍ଗୀକୃତ ଅନୁଗତ ଭାବରେ ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ୱାର୍ଥ ପାଇ ରଚନାତ୍ମକ କାର୍ଯ୍ୟକଳାପରେ ଅବଶିଷ୍ଟ ଜୀବନ ବିତାଇବା ପାଇଁ ମୁଁ ଭାରତୀୟ ଜନତା ପାର୍ଟିର ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରୁଛି ବୋଲି ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ।  ।