Home Top News ବିଜୟ ପାଇଁ ଓଡ଼ିଶାବାସୀ ଓ ଦଳୀୟ କର୍ମୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ : ବି.ଜେ.ଡିର ପୌର...

ବିଜୟ ପାଇଁ ଓଡ଼ିଶାବାସୀ ଓ ଦଳୀୟ କର୍ମୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ : ବି.ଜେ.ଡିର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

40

– ଦଳରେ ଏମ୍‌.ପି, ଏମ୍‌.ଏଲ୍‌.ଏ ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
– ପଞ୍ଚାୟତ ନିର୍ବାଚନରେ ସଫଳତା ଗଣତାନ୍ତ୍ରିକ ଇତିହାସରେ ଅଭୂତପୂର୍ବ
– ଗଣତନ୍ତ୍ରରେ ଲୋକଙ୍କ ସ୍ବର ହିଁ ଶ୍ରେଷ୍ଠ
– ରାଜ୍ୟର ସବୁ ଅଞ୍ଚଳର ଲୋକ ଦଳକୁ ଆଶୀର୍ବାଦ କରିଛନ୍ତି
– ଛଳନା ଓ ମିଛ କାହାଣୀର ନକରାତ୍ମକ ରାଜନୀତିକୁ ଓଡିଶାବାସୀ ଗ୍ରହଣ କରନ୍ତି ନାହିଁ
– ବିରୋଧୀଙ୍କ ଅପପ୍ରଚାର ପାଇଁ ସତର୍କ ରୁହ
– ସବୁଠାରୁ ଦୁର୍ଗମ ଅଞ୍ଚଳରେ ଥିବା ସବୁଠାରୁ ଗରୀବ ଲୋକ ବିଶ୍ବାସ ହାସଲ ହିଁ ଆମର ଶ୍ରେଷ୍ଠ ସଫଳତା

ଭୁବନେଶ୍ୱର ୨-୩ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ଆସନ୍ତା ପୌର ନିର୍ବାଚନର ପ୍ରସ୍ତୁତି ସ୍ଵରୂପ ଦଳର ଏମ୍‌.ପି. ଏମ.ଏଲ.ଏ, ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକ ମାନଙ୍କ ସହ ଭର୍ଚ୍ୟୁଆଲ ମାଧ୍ୟମରେ କଥା ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତ ପଞ୍ଚାୟତ ନିର୍ବାଚନରେ ଦଳର ବିପୁଳ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀ ତଥା ଦଳର କର୍ମୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ପଞ୍ଚାୟତ ନିର୍ବାଚନରେ, ଆମର ଏହି ଅସାଧାରଣ ଓ ଅଭୂତପୂର୍ବ ସଫଳତା ପାଇଁ, ମୁଁ ସବୁ ଓଡିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି। ଓଡିଶାବାସୀ ପୁଣିଥରେ, ଆମ କାମ ଉପରେ, ଆସ୍ଥା ପ୍ରକାଶ କରିଛନ୍ତି। ଏହି ବିଜୟ, ଗଣତାନ୍ତ୍ରିକ ନିର୍ବାଚନରେ ନୂଆ ରେକର୍ଡ ସୃଷ୍ଟି କରିଛି। ପଶ୍ଚିମରୁ ଉପକୂଳ, ଉତ୍ତରରୁ ଦକ୍ଷିଣ, ଓଡିଶାର, ସବୁ ଅଞ୍ଚଳର ଜନସାଧାରଣ, ଏହି ନିର୍ବାଚନରେ ସମାନ ଭାବରେ ବିଜୁ ଜନତା ଦଳକୁ ଆଶୀର୍ବାଦ କରିଛନ୍ତି।”

“ଏହି ଆଶୀର୍ବାଦ ଓ ସ୍ନେହ ଆମକୁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି।”

“ମୁଁ ଧନ୍ୟବାଦ ଦେଉଛି ଆମର କର୍ମୀ ଓ ଶୁଭେଚ୍ଛୁମାନଙ୍କୁ, ଯେଉଁମାନେ ରାତିଦିନ ଏକ କରି କାମ କରି ନିଜର ସବୁ ସୁଖ ସୁବିଧା ତ୍ୟାଗ କରି ଆମ ସରକାରଙ୍କ ନୀତି ଓ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି।”

“ଏହି ସଫଳତା ହେଉଛି ଆପଣମାନଙ୍କର ଯେଉଁମାନେ ଘର ଘର ବୁଲି ପ୍ରଚାର କରି ଲୋକଙ୍କୁ ବୁଝାଇଛନ୍ତି। ଏ ସଫଳତା ହେଉଛି ଓଡିଶାବାସୀଙ୍କର, ଯେଉଁମାନେ ଆମର ଗଭର୍ଣ୍ଣାନ୍ସ ଉପରେ ଆସ୍ଥା ରଖିଛନ୍ତି। ଶେଷରେ, ଗଣତନ୍ତ୍ରରେ, ଜନସାଧାରଣଙ୍କ ସ୍ୱର ହିଁ ସର୍ବୋଚ୍ଚ ଏବଂ ରାଜ୍ୟର ସବୁ ପଞ୍ଚାୟତରେ ଜନମତ ସ୍ପଷ୍ଟ ହୋଇଛି।”

“ବିଜୁ ଜନତା ଦଳ ଓଡିଶାବାସୀଙ୍କର ଏହି ମତକୁ ନମ୍ରତାର ସହ ଗ୍ରହଣ କରିଛି। ଆମେ ଆମର ଭଲ କାମ ଜାରି ରଖିବୁ।”

ଆଗାମୀ ପୌର ନିର୍ବାଚନ ସମୟରେ ମଧ୍ୟ ବିରୋଧୀ ଦଳଙ୍କର ଅପପ୍ରଚାର ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ବର୍ତ୍ତମାନ ପୌର ନିର୍ବାଚନର ସମୟ ଆସିଛି। ଆପଣ ଜାଣନ୍ତି, ପଞ୍ଚାୟତ ନିର୍ବାଚନରେ ବିରୋଧୀ ଦଳ କେତେ ଅପପ୍ରଚାର କରିଛନ୍ତି। ମୋ ସରକାରକୁ ବଦନାମ କରିବା ପାଇଁ ମିଛ କାହାଣୀ କହିଛନ୍ତି ଓ ନକରାତ୍ମକ ରାଜନୀତି କରିଛନ୍ତି। କିନ୍ତୁ ଓଡିଶାବାସୀ ସେମାନଙ୍କ କଥାକୁ ଗୁରୁତ୍ବ ଦେଇନାହାନ୍ତି। ଆଗାମୀ ପୌର ନିର୍ବାଚନରେ ମଧ୍ୟ ସେମାନେ ପୁଣିଥରେ ସେହିଭଳି ଅପପ୍ରଚାର କରିବେ। ଲୋକଙ୍କ ଆଗରେ ବିରୋଧୀ ଦଳଙ୍କ ଅପପ୍ରଚାରର ମୁଖା ଖୋଲିବା ହେଉଛି ଆମ ଦଳର ପ୍ରତି କର୍ମୀ ଭାଇଭଉଣୀମାନଙ୍କର ଦାୟିତ୍ବ।”

ବିଜୁ ଜନତା ଦଳର ଆଦର୍ଶ ଓ ସହରାଞ୍ଚଳର ବିକାଶ କାର୍ଯ୍ୟ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ଆମେ ସକାରାତ୍ମକ ରାଜନୀତିରେ ବିଶ୍ବାସ କରୁ। Transformative Governance ଏବଂ ଲୋକଙ୍କର empowerment ହେଉଛି ଆମର ହଲ୍‌ମାର୍କ। Urban areaରେ ଅନେକ ଭଲ କାମ ହୋଇଛି। ସହରର ଗରିବ ଲୋକଙ୍କ ପାଇଁ ଜାଗା ମିଶନ ଏକ ନୂଆ benchmark ସୃଷ୍ଟି କରିଛି। Street light ଠାରୁ ଆରମ୍ଭ କରି Indoor Stadium, ଭଲ ପିଇବା ପାଣି ଠାରୁ ଆରମ୍ଭ କରି Modern Waste Management systems, ମିଶନ ଶକ୍ତିର ମା ମାନଙ୍କ ପାଇଁ ରୋଜଗାରର ନୂଆ ନୂଆ ସୁଯୋଗ, Ward level ର ଭିତ୍ତିଭୂମି ଓ ନାଗରିକ ସୁବିଧା ଏବଂ ଅନ୍‌ଲାଇନରେ ମ୍ୟୁନିସପାଲ ସେବା। ନାଗରିକ ମାନଙ୍କର କଲ୍ୟାଣକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ତିଆରି କରାଯାଇଛି। ବସ୍ତିବାସିନ୍ଦାଙ୍କ ଠାରୁ ଆରମ୍ଭ କରି ଆପାର୍ଟମେଣ୍ଟର ମାଲିକ, ମା ମାନଙ୍କ ଠାରୁ ଆରମ୍ଭ କରି ଶିଶୁ ତଥା ଯୁବସମାଜ ସମସ୍ତଙ୍କ empowerment ପାଇଁ ଆମେ commitmentର ସହ କାମ କରୁଛୁ।”

ଓଡିଶାବାସୀ ନକରାତ୍ମକ ରାଜନୀତିକୁ କେବେ ବି ଗ୍ରହଣ କରିବେ ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ ଏହିସବୁ କାର୍ଯ୍ୟକ୍ରମକୁ ଆମକୁ ଲୋକଙ୍କ ପାଖକୁ ନେଇଯିବାକୁ ହେବ। ବିରୋଧୀ ଦଳଙ୍କର ମିଛ ତଥା Negative Politicsକୁ ଆମର ସକରାତ୍ମକ ତଥା ସତ୍‌ ଉଦ୍ୟମ ଜରିଆରେ ହିଁ ମୁକାବିଲା କରିବାକୁ ପଡିବ। ମୋର ପୁରା ବିଶ୍ବାସ, ଏହି ପଞ୍ଚାୟତ ନିର୍ବାଚନରେ ଆପଣମାନେ ଯେପରି କଠିନ ପରିଶ୍ରମ କରିଥିଲେ, Urban Electionରେ ମଧ୍ୟ ସେହିପରି ଉଦ୍ୟମ ଜାରି ରଖିବେ। ଆମେ ପୁଣି ଥରେ ଲୋକଙ୍କ ଆସ୍ଥା ଓ ଆଶୀର୍ବାଦ ଲାଭ କରିପାରିବା ଏବଂ ବିରୋଧୀ ଦଳଙ୍କୁ ଦେଖାଇ ଦେବା ମିଛ ଓ ଛଳନାର ରାଜନୀତି ଓଡିଶାରେ କାମ କରିବ ନାହିଁ।”

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜନୀତିର ଅର୍ଥ କେବଳ କ୍ଷମତା ନୁହେଁ। ଗୋଟିଏ ଗଣତନ୍ତ୍ରରେ ଲୋକମାନେ ହିଁ ହେଉଛନ୍ତି, କ୍ଷମତାର ସ୍ରୋତ। ରାଜ୍ୟର ସବୁଠାରୁ ଦୁର୍ଗମ ଅଞ୍ଚଳରେ ରହୁଥିବା ସାଧାରଣ ଲୋକଟିର ବିଶ୍ବାସ ହେବା ଦରକାର ଯେ ବିଜୁ ଜନତା ଦଳ ସବୁବେଳେ ତାର କଲ୍ୟାଣ ଏବଂ ତାର Empowerment ପାଇଁ କାମ କରୁଛି। ଏହି ବାର୍ତ୍ତାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ପରିଶେଷରେ ଏହି ଅଭୂତପୂର୍ବ ଜନାଦେଶ ପାଇଁ ଓଡିଶାର ଜନସାଧାରଣଙ୍କୁ ଓ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ପୁଣି ଥରେ ଧନ୍ୟବାଦ ଜଣାଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.