Odiapua.com

ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ଵର,୧୮/୦୯,(ଓଡ଼ିଆ ପୁଅ ପି ନାଏକ): ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପବଳୟରେ ପରିଣତ ହେବ। ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ କେତୋଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ବୁଧବାର ପୂର୍ବାହ୍ନ ସୁଦ୍ଧା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

୧୮ ସେପ୍ଟେମ୍ବର ଶନିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ