Home Top News ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଲେ ଅନୁସୁଚିତ ଜାତି...

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଲେ ଅନୁସୁଚିତ ଜାତି ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ

70

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ମୋର୍ଚ୍ଚାର ରାଜ୍ୟ ସଂପାଦିକା ଶାନ୍ତିଲତା ସେଠୀଙ୍କ ବାସଭବନକୁ ଯାଇ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କଲେ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଆର୍ଯ୍ୟ

ଭୁବନେଶ୍ୱର, ତା.୩୦/୦୮ (ଓଡ଼ିଆ ପୁଅ) : ଭାରତୀୟ ଜନତା ପାର୍ଟି ଅନୁସୁଚିତ ଜାତି ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଲାଲ୍ ସିଂହ ଆର୍ଯ୍ୟ ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀରେ ଯୋଗ ଦେବା ପାଇଁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିଲେ। ଏହି ଅବସରରେ ଶ୍ରୀ ଆର୍ଯ୍ୟ ମେଡିକାଲରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସେହିପରି କୋଭିଡ୍ ସଂକ୍ରମଣରେ ପ୍ରାଣ ହରାଇଥିବା ପାର୍ଟୀର ବରିଷ୍ଠ କାର୍ଯ୍ୟକର୍ତା ତଥା ଅନୁସୁଚିତ ଜାତି ମୋର୍ଚ୍ଚାର ରାଜ୍ୟ ସଂପାଦିକା ସ୍ୱର୍ଗତଃ ଶାନ୍ତିଲତା ସେଠୀଙ୍କ ବାସଭବନକୁ ଯାଇ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି।

ଏହି ଅବସରରେ ମୋର୍ଚ୍ଚାର ରାଜ୍ୟ ସଭାପତି ବିଭୁପ୍ରସାଦ ତରାଇ, ମୋର୍ଚ୍ଚାର ଓଡିଶା ପ୍ରଭାରୀ ଶ୍ରୀ ଜୟ ପ୍ରକାଶ ସିଂହ ଭକ୍ତ୍‌, ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁଶାନ୍ତ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.