Home ଓଡ଼ିଶା ବିଳମ୍ବିତ ରାତିରେ ଶୋଇଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ୍

ବିଳମ୍ବିତ ରାତିରେ ଶୋଇଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ୍

145

ହରିଚନ୍ଦନପୁର, ତା ୦୬ ଜୁଲାଇ (ଓଡ଼ିଆ ପୁଅ/ପ୍ରେମାନନ୍ଦ ଦାସ) କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ମନୋହରପୁର ଗ୍ରାମ ପଞ୍ଚାୟତ ଦିନବନ୍ଧୁପୁର ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା । ଗ୍ରାମର ବିରଞ୍ଚି ମହାକୁଡ଼(୪୬) ଘରେ ଶୋଇଥିବା ଅବସ୍ଥାରେ ପାଖରେ ଥିବା ସୁଇଚ୍ ବୋର୍ଡ଼ରେ ଲାଗିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ମୃତ ବିରଞ୍ଚି ମହାକୁଡ଼ ସୋମବାର କୌଣସି କାମରେ ବାହାରକୁ ଯାଇ ରାତିରେ ଘରକୁ ଫେରି ଖାଇ ସାରି ପୁଅଙ୍କ ସହ ତଳେ ପଟିଆ ବିଛାଇ ଶୋଇଥିଲେ । ବିଳମ୍ବିତ ରାତିରେ ନିଦ ବାଉଳା ସହ ଅସାବଧାନତା ଯୋଗୁଁ ପାଖରେ ଥିବା ଇଲେକ୍ଟ୍ରି ବୋର୍ଡର ତାର ସଂସ୍ପର୍ଶରେ ଆସି ବିଦ୍ୟୁତ୍ ଆଘାତରେ ଗୁରୁତର ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପରିବାର ଲୋକେ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ହେଲେ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଚିକିତ୍ସା ଆରମ୍ଭ ପୂର୍ବରୁ ତାଙ୍କୁ ମୃତ ଘୋଷଣା କରିଥିବା ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ୍ କରି ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ଘଟଣାକୁ ନେଇ ପୋଲିସ କେସ ନମ୍ବର(୧୭) ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ସତ୍ୟତା ଜାଣିବା ପାଇଁ ଅଧିକରୁ ଅଧିକ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.