ଭୁୁବନେଶ୍ୱର ୧୩ା୫(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ଆଜି ରାଜ୍ୟର ବର୍ଷିଆନ୍ ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ଭବାନୀ ଚରଣ ପଟ୍ଟନାୟକଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା।
ପଦ୍ମଶ୍ରୀ ଶ୍ରୀ ପଟ୍ଟନାୟକଙ୍କର ପରଲୋକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶୋକ ପ୍ରକଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତାରେ ପ୍ରକାଶ କରିଛନ୍ତିଯେ, “ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜଣେ ମହାନ ଗାନ୍ଧିବାଦୀ ଭାବେ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।”