Odiapua.com

ବିଶିଷ୍ଟ ଶିଶୁ ସାହିତ୍ୟିକ ନଦିଆ ବିହାରୀ ମହାନ୍ତିଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର, ତା-୧୪/୦୯(ଓଡ଼ିଆ ପୁଅ) :କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କୃତ ବିଶିଷ୍ଟ ଶିଶୁ ସାହିତ୍ୟିକ ଶ୍ରୀ ନଦିଆ ବିହାରି ମହାନ୍ତିଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ ଗଭୀର ଶୋକ ବ୍ୟକ୍ତ କରିବା ସହ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରି ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି।

ଆକାଶବାଣୀରେ ପ୍ରଚାରିତ ଶିଶୁ ସଂସାର କାର୍ଯ୍ୟକ୍ରମରେ ବଡ ଭାଇ ଚରିତ୍ରକୁ ସ୍ୱର ପ୍ରଦାନ କରି ସ୍ୱର୍ଗତଃ ନଦିଆ ବିହାରୀ ମହାନ୍ତି କ୍ରମଶଃ ଓଡିଶାର ଘରେ ଘରେ ବଡଭାଇ ଭାବେ ପରିଚିତ ଥିଲେ। ତାଙ୍କର ମୃତ୍ୟୁ ଶିଶୁ ସାହିତ୍ୟ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ଶୋକବାର୍ତ୍ତାରେ ଉଭୟ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଦୁଃଖପ୍ରକାଶ କରି କହିଛନ୍ତି।

ଏଭଳି ଦୁଃଖଦ ସମୟରେ ପ୍ରଭୁ ଶ୍ରୀ ଜଗନ୍ନାଥ ସ୍ୱର୍ଗତଃ ଦାସଙ୍କ ପରିବାରବର୍ଗଙ୍କୁ ଅସୀମ ଧର୍ଯ୍ୟ ଓ ସାହାସ ପ୍ରଦାନ କରିବାକୁ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ପ୍ରାର୍ଥନା କରିଛନ୍ତି।