Home ଜିଲ୍ଲା ପରିକ୍ରମା ବିଶିଷ୍ଟ ସମାଜବାଦୀ ତଥା ଶିକ୍ଷାବିତ୍‌, ସରକାରୀ ମତୋ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠା...

ବିଶିଷ୍ଟ ସମାଜବାଦୀ ତଥା ଶିକ୍ଷାବିତ୍‌, ସରକାରୀ ମତୋ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠା ଙ୍କ ୨୬ତମ ଶ୍ରାଦ୍ଧବାର୍ଷିକୀ

28

ଭଦ୍ରକ, ୧୯ା୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମତୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସମାଜସେବୀ, ଶିକ୍ଷାବିତ୍‌, ତଥା ମତୋ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ଲକ୍ଷ୍ମୀଧର ସାହୁ ଙ୍କ ୨୬ ମତ ଶ୍ରାଦ୍ଧବାର୍ଷିକୀ ଅନୁଷ୍ଠିତ ହୋଇଯାଇଛି।ମତୋ+୨ ମହାବିଦ୍ୟାଳୟ ଅବସର ପ୍ରାପ୍ତ ଅଧ୍ୟାପକ ଶ୍ରୀ ଗାଗାରିନ ମହାନ୍ତି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଚାନ୍ଦବାଲି ଓକିଲ ସଂଘର ସଭାପତି ଉପେନ୍ଦ୍ର ରାଉଳ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ମତୋ+୩ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୁତି ଭୁଷଣ ଜୟଦେବ ବିଶ୍ୱାଳ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସ୍ୱର୍ଗତ ଲକ୍ଷ୍ମୀଧର ସାହୁ ର କୃତି ଓ କିର୍ତି ସମ୍ପର୍କରେ ଆଲୋକପାତ କରିଥିଲେ। ରମେଶ ଚନ୍ଦ୍ର ସାମଲ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିବା ସହିତ ବୀବରଣୀ ପାଠ କରିଥିଲେ। ଏଥିସହିତ ମତୋ ଉଚ୍ଚ ବିଦ୍ୟାଳୟ ର ପ୍ରାକ୍ତନ ପ୍ରଧାନ ଶିକ୍ଷକ ପଂଚାନନ ପଲାଇ,ମତୋ+୨ କଲେଜ ର ଅବସରପ୍ରାପ୍ତ ଇତିହାସ ଅଧ୍ୟାପକ ହିମାଦ୍ରୀ ଭୂଷଣ ନାୟକ, ଅବସରପ୍ରାପ୍ତ ସେନା କର୍ମଚାରୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା,ମତୋ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରବିନ୍ଦ୍ର କୁମାର ଦାସ, ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ସ୍ମୃତି ପରିଷଦର ସଭାପତି ସାଧୁ ଚରଣ ନାୟକ, ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଅବସରପ୍ରାପ୍ତ ସେନା କର୍ମଚାରୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ସମ୍ପୂର୍ଣ କାର୍ଯ୍ୟକ୍ରମ ଟିକୁ ତପନ କୁମାର ରାଉତ , ବସନ୍ତ କୁମାର ବେହେରା, ମହେନ୍ଦ୍ର ସାହୁ ତତ୍ୱାବଧାନରେ ସମ୍ପାଦିତ ହୋଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.