Home ଜିଲ୍ଲା ପରିକ୍ରମା ବିଶିଷ୍ଟ ସମାଜସେବୀ ନିତ୍ୟାନନ୍ଦ ଦାସଙ୍କ ସ୍ମୃତିଚାରଣ ସଭା

ବିଶିଷ୍ଟ ସମାଜସେବୀ ନିତ୍ୟାନନ୍ଦ ଦାସଙ୍କ ସ୍ମୃତିଚାରଣ ସଭା

22

ଭଦ୍ରକ, ୧୯ା୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ)- ଭଦ୍ରକ ପୌରାଂଚଳ ଜାନୁଗଞ୍ଜ ନିବାସୀ ବିଶିଷ୍ଟ ସମାଜସେବୀ ତଥା ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ଅବସରପ୍ରାପ୍ତ କର୍ମଚାରୀ ସ୍ୱର୍ଗତ ନିତ୍ୟାନନ୍ଦ ଦାସଙ୍କ ଏକାଦଶାହ କ୍ରିୟା ଓ ସ୍ମୃତି ଚାରଣ ସଭାରେ ଯୋଗଦେଇ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ । ଉକ୍ତ ସ୍ମୃତି ଚାରଣ ସଭାରେ ସଭାପତିତ୍ୱ କରିଥିଲେ ବିଶିଷ୍ଟ ସମାଜସେବୀ ଅଜୟ ନାୟକ। ଉକ୍ତ ସଭାରେ ଉପସ୍ଥିତ ଥିଲେ ପଣ୍ଡିତ ସଂଗ୍ରାମ ଆଚାର୍ଯ୍ୟ, ଡ଼ାକ୍ତର ରବିନ୍ଦ୍ର କୁମାର ନାୟକ, ବଳରାମ ମିଶ୍ର, ଭଦ୍ରକ ପୌରପାଳିକା ୱାର୍ଡ ନମ୍ବର ୧୦ ପାରିଷଦ ଙ୍କ ପ୍ରତିନିଧି ପଙ୍କଜ ବଳ, ବିଜୁ ଯୁବ ଜନତା ଦଳର ପୂର୍ବତନ ରାଜ୍ୟ ସମ୍ପାଦକ ବିକାଶ ଶ୍ରେଷ୍ଠା, ଯୁବନେତା ଦେବାଶିଷ ଭାରତୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ଅତିଥି ବୃନ୍ଦ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.