Home Top News ବିଶ୍ୱରେ ଭାରତକୁ ଶିଖରରେ ରଖିବା ପାଇଁ ଜାତୀୟ ଶିକ୍ଷା ନୀତି ଏକ ରୋଡ଼ମ୍ୟାପ୍ – ଧର୍ମେନ୍ଦ୍ର...

ବିଶ୍ୱରେ ଭାରତକୁ ଶିଖରରେ ରଖିବା ପାଇଁ ଜାତୀୟ ଶିକ୍ଷା ନୀତି ଏକ ରୋଡ଼ମ୍ୟାପ୍ – ଧର୍ମେନ୍ଦ୍ର ପ୍ରଧାନ

47

ଆଇଆଇଟି ହାଇଦ୍ରାବାଦକୁ କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ

– ଟେକ୍ନୋଲୋଜି ଇନୋଭେସନ ପାର୍କ ଓ ରିସର୍ଚ୍ଚ ସେଂଟର କମ୍ପଲେକ୍ସ ଉଦଘାଟନ କଲେ
– କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଆଇଆଇଟି ହାଇଦ୍ରାବାଦ୍ ଏବଂ ଗ୍ରୀନକୋ ମଧ୍ୟରେ ଏମଓୟୁ
– ଆତ୍ମନିର୍ଭର ହେବା ସହ ବିଶ୍ୱ କଲ୍ୟାଣ ପାଇଁ କାମ କରିବାକୁ ଆଇଆଇଟି ଛାତ୍ରଛାତ୍ରୀଙ୍କୁ ଆହ୍ୱାନ

ହାଇଦ୍ରାବାଦ/ଭୁବନେଶ୍ୱର, ଜୁଲାଇ ୦୭ (ଓଡ଼ିଆ ପୁଅ) – ଦୀର୍ଘ ୩୪ ବର୍ଷ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପ୍ରଣୀତ ନୂଆ ଜାତୀୟ ଶିକ୍ଷା ନୀତି-୨୦୨୦(ଏନଇପି) ବିଶ୍ୱର ପରିବର୍ତିତ ଦୃଶ୍ୟପଟ୍ଟରେ ଭାରତକୁ ଶିଖରରେ ରଖିବା ପାଇଁ ଏକ ରୋଡ଼ମ୍ୟାପ୍ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶନିବାର ଆଇଆଇଟି ହାଇଦ୍ରାବାଦ ଠାରେ ଟେକ୍ନୋଲୋଜି ଇନୋଭେସନ ପାର୍କ ଓ ରିସର୍ଚ୍ଚ ସେଂଟର କମ୍ପଲେକ୍ସ ଉଦ୍‌ଘାଟନ ସହ ବିଭିଆର୍ ମୋହନ ରେଡ୍ଡୀ ନବସୃଜନ ଏବଂ ଉଦ୍ୟମିତା ସ୍କୁଲର ଶିଳାନ୍ୟାସ କରିବା ଅବସରରେ ଏହା କହିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଗ୍ରୀନକୋ ସ୍କୁଲ୍ ଅଫ୍ ସଷ୍ଟେନେବଲ ସାଇନ୍ସ ଏଣ୍ଡ୍ ଟେକ୍ନୋଲୋଜି ପ୍ରତିଷ୍ଠା ପାଇଁ ଆଇଆଇଟି ହାଇଦ୍ରାବାଦ୍ ଏବଂ ଗ୍ରୀନକୋ ଗ୍ରୁପ୍ ମଧ୍ୟରେ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଥିଲା।

ଆଇଆଇଟି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଶିଳ୍ପ ବିପ୍ଳବ ୪.୦ ରେ ଭାରତ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ଯାଉଛି। ଏହି ସମୟରେ ଭାରତ କେବଳ ଏକ ଉପଭୋକ୍ତା ରାଷ୍ଟ୍ର ହୋଇ ରହିବ ନାହିଁ। ତେଣୁ ଆମକୁ ଆତ୍ମନିର୍ଭର ହେବା ସହ ବିଶ୍ୱ କଲ୍ୟାଣ ପାଇଁ କାମ କରିବାକୁ ନୂତନ ମଡ଼େଲ ଏବଂ ନବସୃଜନକୁ ଆପଣାଇବାକୁ ପଡ଼ିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତର ପରିକଳ୍ପନାକୁ ଆମକୁ ସାକାର କରିବାକୁ ହେବ। ଦକ୍ଷତା ବିକାଶ ଆଜୀବନ ପ୍ରକିୟା ହୋଇଥିବାରୁ ଜାତୀୟ ଶିକ୍ଷା ନୀତିରେ ଶିକ୍ଷା ବ୍ୟବସ୍ଥା ସହ ଦକ୍ଷତା ବିକାଶକୁ ଯୋଡ଼ିବା ଉପରେ ଗୁରୁତ୍ୱ ଦିଆଯାଇଛି।

ଆଇଆଇଟି ହ୍ରାଇଦ୍ରାବାଦ୍ ଭାରତକୁ ବୈଶ୍ୱିକ ବ୍ରାଣ୍ଡ୍ ଭାବରେ ସ୍ଥାପିତ କରିବା ସହ ଅମୃତ କାଳ ସମୟରେ ଏକ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପଥ ପରିଷ୍କାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହି ଅନୁଷ୍ଠାନ ସାମାଜର ଆବଶ୍ୟକତାକୁ ପୂରଣ କରିବା ସହ ବିଶ୍ୱର ସମସ୍ୟାକୁ ସମାଧାନ କରିବା ଦିଗରେ ନିଜର ଭୂମିକାକୁ ପ୍ରତିପାଦିତ କରିବା ଦରକାର। ଆଇଆଇଟି ହାଇଦ୍ରାବାଦ୍ ଶିକ୍ଷା ପ୍ରଦାନ କରିବା ସହ ଦକ୍ଷତା ବିକାଶ ଓ ଉଦ୍ୟମୀ ପ୍ରସ୍ତୁତ କରିବା ଦିଗରେ କାର୍ଯ୍ୟ କରିବାକୁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଛନ୍ତି।

ଶିଳ୍ପ ବିପ୍ଳବ ୪.୦ ଓ ଏକବିଂଶ ଶତାବ୍ଦୀରେ ପରିବର୍ତିତ ରୋଜଗାର ସୁଯୋଗକୁ ଗୁରୁତ୍ୱ ଦେଇ ଆଇଆଇଟି ହାଇଦ୍ରାବାଦରେ ଏକ ବିଶ୍ୱମାନର ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରୋତ୍ସାହନ କରିଛନ୍ତି। ଏହାସହ ଟେକ୍ନୋଲୋଜିର ବହୁଳ ବ୍ୟବହାର ଦ୍ୱାରା ଭାରତୀୟ ଭାଷା ବିବିଧତାର ପ୍ରଚାରପ୍ରସାର କରିବା ପାଇଁ ସେ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.