Odiapua.com

ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷରୋପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

– ଅଧିକରୁ ଅଧିକ ସଂଖ୍ୟକ ବୃକ୍ଷରୋପଣ କରିବାକୁ ପରାମର୍ଶ
ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୦୫ (ଓଡ଼ିଆ ପୁଅ) – ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ବାସଭବନ ପରିସରରେ ପରିବାର ସଦସ୍ୟଙ୍କ ସହ ବୃକ୍ଷରୋପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ ଗଛ ଗୁଡିକ ସୁନ୍ଦର ଏବଂ ଜୀବନ ମଧ୍ୟ ଦେଇଥାଏ। ବିଶ୍ୱକୁ ଅଧିକ ସୁନ୍ଦର କରିବା ପାଇଁ ବୃକ୍ଷରୋପଣ କରିବାର ଆବଶ୍ୟକତା ରହିଛି। ତେଣୁ ଗୋଟିଏ ଗଛ ଲଗାଇ ଗୋଟିଏ ଜୀବନ ଦେବାକୁ ସେ ଜନସାଧାରଣ ମାନଙ୍କୁ ପରାମର୍ଶ ଦେଇଛନ୍ତି।