Home ଜିଲ୍ଲା ପରିକ୍ରମା ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

7

ଭଦ୍ରକ, ୧୦ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ସହର ଉପକଣ୍ଠରେ ଅବସ୍ଥିତ ସାଇସ୍ୱରୂପା ମାନସିକ ଭିନ୍ନକ୍ଷମ ବିଦ୍ୟାଳୟ, ଗେଲପୁର ଠାରେ ବହୁ ଆଡ଼ମ୍ବର ସହକାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ମନସ୍ତତ୍ୱ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ଡ. ଅକ୍ଷୟ କୁମାର ଦାଶ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଭଦ୍ରକର ବରିଷ୍ଠ ଭେଷଜ ବିଶେଷଜ୍ଞ ଡାକ୍ତର ଦୁର୍ଯ୍ୟୋଧନ ଦାସ ଯୋଗ ଦେଇଥିଲେ। ସର୍ବପ୍ରଥମେ ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଡାକ୍ତର ଶରତ କୁମାର ଆଚାର୍ଯ୍ୟ ବିଦ୍ୟାଳୟର ମାନସିକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଫୁଲତୋଡ଼ା ଦେଇ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ରଜନୀରାଣୀ ପତି ସ୍ୱାଗତ ଭାଷଣ ଦେବା ସଂଗେସଂଗେ ଉକ୍ତ ଦିବସର ତାତ୍ପର୍ଯ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଉପସ୍ଥିତ ଥିବା ଭଦ୍ରକ ମହାବିଦ୍ୟାଳୟା ମନସ୍ତତ୍ୱ ବିଭାଗର ପ୍ରାଧ୍ୟାପିକା ଡ. ନିବେଦିତା ମହାପାତ୍ର ଭିନ୍ନକ୍ଷମ ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରିଥିଳେ। ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, କେୟାରଟେକର ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ଭାବେ ପରିଚାଳନା କରିଥିଲେ। ଶେଷରେ ବିଦ୍ୟାଳୟର ଶିକ୍ଷକ ସ୍ୱାଧନ କୁମାର ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.