Home Coronavirus Outbreak ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା...

ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ସହାୟତା

88

ଭୁବନେଶ୍ୱର ୯/୫ (ଓଡ଼ିଆ ପୁଅ) କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି ।

ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା , କଟକ , ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା , ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.