Odiapua.com

ବୈତରଣୀ ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ଥାନୀୟ ଯୁବକଙ୍କ ଦ୍ୱାରା ଉଦ୍ଧାର ସହିତ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

ଭଦ୍ରକ, ୨୪ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଚାନ୍ଦବାଲି ବୈତରଣୀ ନଦୀକୁ ଡ଼େଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଯୁବକଙ୍କ ଦ୍ୱାରା ଉଦ୍ଧାର ସହିତ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି ଓ ପରେ ଯୁବତୀଙ୍କ ଅବସ୍ଥା ସଙ୍କଟାପୂର୍ଣ୍ଣ ଥିବାରୁ ଭଦ୍ରକ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀ ଜଣକ ହେଉଛନ୍ତି ବାଣପୁର ଭାଟପଡ଼ା ଗ୍ରାମର ଆନନ୍ଦ ମହାଳିକ ଙ୍କ ଝିଅ ସବିତା ମହାଳିକ ବୋଲି ଜଣାପଡ଼ିଛି।