Home ଜାତୀୟ ବୋଲେରୋ ଚଢିଗଲା:୯ ଛାତ୍ର ମୃତ

ବୋଲେରୋ ଚଢିଗଲା:୯ ଛାତ୍ର ମୃତ

101

ଭୁବନେଶ୍ୱର/ପାଟନା;୨୪,୦୨,୨୦୧୮(ଓଡ଼ିଆ ପୁଅ/ଦେବଦତ୍ତ ରଥ): ବିହାରର ମୁଜାଫରପୁର ଜିଲାରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୯ ଜଣ ସ୍କୁଲ ଛାତ୍ର ପ୍ରାଣ ହରାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।ମୁଜାଫରପୁର ଜିଲ୍ଲା ମିନାପୁର ନିକଟରେ ଥିବା ଏକ ସ୍କୁଲରୁ ଛୁଟି ହୋଇ ଛାତ୍ରମାନେ ଘରକୁ ଫେରିବାକୁ ରାସ୍ତାପାରି ହେଉଥିବାବେଳେ ଏକ ବୋଲେରୋ ସେମାନଙ୍କ ଉପରେ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ୯ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ସେ ମଦ୍ୟପାନ କରିଥିବା ଅଭିଯୋଗ ହେଉଛି। ଉତ୍ତ୍ୟକ୍ତ ଲୋକେ ସ୍କୁଲରେ ଭଙ୍ଗାରୁଜା କରିଥିବା ସୂଚନା ମିଳିଛି।ଅଞ୍ଚଳରେ ଏକ ପ୍ରକାର ଶୋକର ଛାୟା ଖେଳି ଯାଇଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେବା ସହ ମୃତକଙ୍କ ପରିବାରଙ୍କୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଏବଂ ଆହତଙ୍କ ସମସ୍ତ ଖର୍ଚ୍ଚ ବହନ କରିବାକୁ ଘୋଷଣା କରିଛନ୍ତି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.