ପୁରୀ ୨୮-୮ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡ଼ର ନିରୀକ୍ଷକ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ଡେଲାଙ୍ଗ ଥାନା ଅଧୀନରେ ଥିବା ପୁରୁଣା ଡେଲାଙ୍ଗ ଗୁଣ୍ଡୁଚି ପାଟଣାରେ ଚଢ଼ାଉକରି ଏକ ମହିଳା ଯାହାଙ୍କ ନାମ ଜ୍ୟୋସ୍ନାରାଣୀ ପରିଡ଼ାଙ୍କୁ ଗିରଫ କରିଛନ୍ତି। ତାଙ୍କ ଠାରୁ ୧୦୨ ଗ୍ରାମ ବ୍ରାଉନ ସୁଗାର (ହେରୋଇନ) ଜବତ କରାଯାଇଛି। ଜିଲ୍ଲା ମୋବାଇଲ ସ୍କ୍ୱାଡ଼ କେସ ନଂ -୩୮/୨୨-୨୩ ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ପୁରୀ କାରଗାରକୁ ପଠାଯାଇଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୧୦, ୨୦, ୦୦୦/-ଟଙ୍କାରୁ ଉର୍ଦ୍ଧ ହେବ. ଏହି ଚଢ଼ାଉରେ ଅବକାରୀ ଉପନିରିକ୍ଷକ ସିଦ୍ଧେଶ୍ବର ମଲ୍ଲିକ, ASI ସୁବାଷ ଚନ୍ଦ୍ର ମହାପାତ୍ର, ଗୀତାଞ୍ଜଳି ବେହେରା, ସନ୍ତୋଷ ନାଏକ ଏବଂ କର୍ମଚାରୀ ଶ୍ରୀ ପ୍ରଦୀପ୍ତ ପଣ୍ଡା, ଦୀପ୍ତି ରଞ୍ଜନ ଦାସ ପ୍ରମୁଖ ସାମିଲ ଥିଲେ।