Odiapua.com

ବ୍ୟର୍ଥ ଯିବନି ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ:ବିଜେପି

ସ୍ୱର୍ଗତଃ ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୁଣ୍ୟ ତିଥି ଅବସରରେ

– ସ୍ୱର୍ଗତଃ ମୁଖାର୍ଜୀଙ୍କ ବିଚାରଧାରାକୁ ନେଇ ଆଜି ବିଜେପି ଦେଶବାସୀଙ୍କ ସେବା କରୁଛି :ଧର୍ମେନ୍ଦ୍ର ପ୍ରଧାନ
– ସ୍ୱର୍ଗତଃ ମୁଖାର୍ଜୀଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ବିଜେପି ସରକାର ଆଗେଇ ଚାଲିଛି :ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର, ୨୩/୦୬ (ଓଡ଼ିଆ ପୁଅ) : ଆଜି ସ୍ୱର୍ଗତଃ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୂଣ୍ୟତିଥୀ। ଏହି ଅବସରରେ ରାଜ୍ୟ ସଭାପତି ବସନ୍ତ ପଣ୍ଡା, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ବିଜେପି ନେତୃବୃନ୍ଦ ସତ୍ ସଙ୍ଗ ବିହାରସ୍ଥିତ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ତାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ତାଙ୍କ ସ୍ମୃତି ଚାରଣ କରିବା ସହ ତାଙ୍କ ବଳିଦାନ ବ୍ୟର୍ଥ ଯିବନି ବୋଲି କହିଛନ୍ତି।

ସ୍ୱର୍ଗତଃ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀ ହେଉଛନ୍ତି ବିଜେପି ବିଚାରଧାରା ଏବଂ ରାଜନୈତିକ ଆନ୍ଦୋଳନର ପ୍ରଣେତା। ସ୍ୱର୍ଗତଃ ମୁଖାର୍ଜୀଙ୍କ ନେତୃତ୍ୱରେ ‘ଭାରତୀୟ ଜନସଂଘ’ ପ୍ରତିଷ୍ଠା ହୋଇଥିଲା ଯାହା ପରବର୍ତ୍ତୀ ଅବସ୍ଥାରେ ‘ଭାରତୀୟ ଜନତା ପାର୍ଟି’ ଭଳି ବଡ ବଟ ବୃକ୍ଷ ଭାବେ ରୂପ ନେଇଛି। ତାଙ୍କ ବିଚାରଧାରାକୁ ନେଇ ଆଜି ବିଜେପି ଦେଶବାସୀଙ୍କ ସେବା କରୁଛି। ସ୍ୱର୍ଗତଃ ମୁଖାର୍ଜୀ ଜଣେ ଦୂରଦ୍ରଷ୍ଟା ଥିଲେ। ଦେଶର ବିକାଶ, ଅର୍ଥନୀତିର ବିକାଶ, ସମାଜିକ ନୀତି ଏବଂ ଦେଶର ରାଷ୍ଟ୍ରୀୟ ସୁରକ୍ଷାନୀତି କିଭଳି ହେବ ସେନେଇ ସେ ସର୍ବଦା କାର୍ଯ୍ୟକରୁଥିଲେ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ସ୍ୱର୍ଗତଃ ମୁଖାର୍ଜୀଙ୍କ ପୁଣ୍ୟତିଥି ଅବସରରେ ତାଙ୍କୁ ମନପକାଇ ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ସଂକଳ୍ପ ନେଇଛୁ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

ସ୍ୱର୍ଗତଃ ମୁଖାର୍ଜୀଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ବିଜେପି ସରକାର ଆଗେଇ ଚାଲିଛି। ସେ କହୁଥିଲେ ‘ଏକ ଦେଶମେଁ ଦୋ ବିଧାନ, ଦୋ ପ୍ରଧାନ, ୱର ଦୋ ନିଶାନ ନହିଁ ଚଲେଙ୍ଗେ ନହି ଚଲେଙ୍ଗେ।’ ତାଙ୍କୁ କାଶ୍ମିରୀରେ ହତ୍ୟା କରାଯାଇଛି ବୋଲି ଦେଶବାସୀଙ୍କ ମନରେ ସନ୍ଦେହ ରହିଛି। ଦେଶ ପାଇଁ ସହିଦ ହୋଇଥିବା ଡ.ମୁଖାର୍ଜୀ ଏବଂ ବିଜେପିର ମନ୍ତ୍ରଦ୍ରଷ୍ଟା ପଣ୍ଡିତ ଦୀନଦୟାଲ ଉପାଧ୍ୟୟଙ୍କ ନୀତି ଆଦର୍ଶରେ ବିଜେପି ଦଳ କାର୍ଯ୍ୟକରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଷଢଙ୍ଗୀ କହିଛନ୍ତି।

ଏହି ଅବସରରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ, ବାଲେଶ୍ୱର ବିଧାୟକ ମଦନ ମୋହନ ଦତ, ବ୍ରହ୍ମଗିରୀ ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ସଂପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର, କୃଷକ ମୋର୍ଚ୍ଚା ସାଧାରଣ ସଂପାଦକ ସୁରଥ ବିଶ୍ୱାଳଙ୍କ ସମେତ ବିଜେପି ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।