Home ଜିଲ୍ଲା ପରିକ୍ରମା ଭଣ୍ଡାରିପୋଖରୀରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ

ଭଣ୍ଡାରିପୋଖରୀରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ

22

ଭଦ୍ରକ, ୨୩ା୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ଭଣ୍ଡାରିପୋଖରୀ ବ୍ଲକର ବିଭିନ୍ନ ସ୍ଥାନରେ ନେତାଜୀ ସୁବାସ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଆଜି ପାଳିତ ହୋଇଯାଇଛି। ମହୁରା ଉନ୍ନିତ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକ ରବିନ୍ଦ୍ର କୁମାର ମହାରଣାଙ୍କ ପୌରହିତ୍ୟରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଦେଶର ଏହି ଦୁଇ ବରପୁତ୍ରଙ୍କ ଦେଶପ୍ରେମ ଓ ଲଢୁଆ ସଂଗ୍ରାମୀ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.