Home ଜିଲ୍ଲା ପରିକ୍ରମା ଭଣ୍ଡାରିପୋଖରୀ ବ୍ଲକ୍‌ରେ ଥିଲା ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ

ଭଣ୍ଡାରିପୋଖରୀ ବ୍ଲକ୍‌ରେ ଥିଲା ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ

54

ଭଦ୍ରକ, ୧୯ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଆୟୋଜନ ନେଇ ଜିଲ୍ଲା କାର୍ଯ୍ୟାଳୟ ଦ୍ୱାରା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସୋମବାର ଭଣ୍ଡାରିପୋଖରୀ ବ୍ଲକ୍‌ରେ ଏହି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଓ ଏସ୍‌.ପି. ଚରଣସିଂ ମୀନା ଏହି ଶିବିରରେ ଯୋଗ ଦେଇ ସମୁଦାୟ ୫୩ଟି ଅଭିଯୋଗର ଶୁଣାଣି କରିଥିଲେ। ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଏ.ସି.ଡ଼ି.ଓ. କୁଶଳ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ମନୋଜ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା. ସନ୍ତୋଷ କୁମାର ପାତ୍ର, ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ପ୍ରମୁଖ ଯୋଗ ଦେଇଥିଲେ। ସମସ୍ତ ଅଭିଯୋଗ ମଧ୍ୟରେ ୪୩ଟି ବ୍ୟକ୍ତିଗତ ଓ ୧୦ଟି ସାମୂହିକ ସମସ୍ୟା ଭିତ୍ତିକ ଥିଲା। ରେଡ଼କ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ ସମ୍ବନ୍ଧୀୟ ୨ଟି ଅଭିଯୋଗ ଆଧାରରେ ଜଣଙ୍କୁ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ ପାଇଁ ଜିଲ୍ଲାପାଳ ମଞ୍ଜୁର କରିଥିଲେ। ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଏହି ଜନାଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାସ୍ତରୀୟ ଓ ଉକ୍ତ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଏହି ଶିବିରରେ ଉପସ୍ଥିତି ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ। ସହାୟକ ଜିଲ୍ଲାପାଳ ବସନ୍ତ କୁମାର ଲେଙ୍କା ଅଭିଯୋଗ ଉପସ୍ଥାପନରେ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.