Home ଜିଲ୍ଲା ପରିକ୍ରମା ଭଦ୍ରକ ଆଇନ୍ ମହାବିଦ୍ୟାଳୟ ପକ୍ଷରୁ ଶୋକସଭା

ଭଦ୍ରକ ଆଇନ୍ ମହାବିଦ୍ୟାଳୟ ପକ୍ଷରୁ ଶୋକସଭା

24

ଭଦ୍ରକ, ୫ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଆଇନ୍ ମହାବିଦ୍ୟାଳୟର ଅତିଥି ଅଧ୍ୟାପକ କଲ୍ୟାଣ କୁମାର ଚାନ୍ଦଙ୍କ ଆକସ୍ମିକ ବିୟୋଗରେ ତାଙ୍କର ଅମର ଆତ୍ମାର ସଦ୍‌ଗତି ନିମନ୍ତେ ମହାବିଦ୍ୟାଳୟ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଏହି ଶୋକସଭାକୁ ଆଇନ୍ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରସନ୍ନ କୁମାର ରାୟ ସଂଚାଳନ କରିଥିଲେ । ଏହି ଶୋକସଭାରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ, ଅଧ୍ୟାପକ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ଦିବଂଗତ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ । ପରେ ତାଙ୍କର ଶୋକ ସନ୍ତପ ପରିବାରକୁ ସାନ୍ତ୍ୱନା ଦେବା ସହ ଅମର ଆତ୍ମାର ଶାନ୍ତି ନିମନ୍ତେ ପ୍ରାର୍ଥନା କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.