ଭଦ୍ରକ, ୬ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକର ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୮୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୨୩ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୩୪ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୨୫ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୧୨ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୨୫ଜଣ ଅଭିଯୋଗକାରୀଙ୍କୁ ମୋଟ ୯୪,୫୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ , ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ , ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ, ଅତିରିକ୍ତ ଜ଼ିଲ୍ଲାପାଳ (ରାଜସ୍ୱ ) ରବି ନାରାୟଣ ସାହୁ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ, ଉପ ଜିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରମୋଦ ପ୍ରହରାଜ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମିରଂଜନ ମଲ୍ଲିକ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।