Home ଜିଲ୍ଲା ପରିକ୍ରମା ଭଦ୍ରକ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ଆନୁକୂଲ୍ୟରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ଭଦ୍ରକ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ଆନୁକୂଲ୍ୟରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

22

ଭଦ୍ରକ, ୧୧ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲା ଏବଂ ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ସଂଗ୍ରାମ କେଶରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିବା ନିମନ୍ତେ ବିଣାପାଣୀ ହେଲେନ କେଲର ବିଶିଷ୍ଟ (ଅନ୍ଧ, ମୁକ ଏବଂ ବଧିର) ବାଳିକା ବିଦ୍ୟାଳୟରେ ଏକ ସ୍ୱତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ, ଭଦ୍ରକ ସଚିବ ନେହା ଅଗ୍ରୱାଲ, ଇପସିତା ଭୋଇ, ପ୍ରୋବେସନ ଅଫିସର, ଭଦ୍ରକ ଏବଂ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ତିଳୋତ୍ତମା ମାଝୀ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସେହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ସେମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଆଗକୁ ସବୁପ୍ରକାର ସହଯୋଗ କରିବେ ଏବଂ ଭବିଷ୍ୟତରେ ଜଣେ ଜଣେ ସୁ-ପ୍ରତିଭାବାନ ହୁଅନ୍ତୁ ବୋଲି ପରିପ୍ରକାଶ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.