Odiapua.com

ଭଦ୍ରକ : ତିହିଡିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ

ଭଦ୍ରକ, ୩ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଏହି ଜିଲାର ତିହିଡିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହା ଭଦ୍ରକ ସାଂସଦ ମଂଜୁଲତା ମଣ୍ଡଳ, ଚାନ୍ଦବାଲି ବିଧାୟକ ତଥା ରାଜ୍ୟ ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ତିହିଡି ପଂଚାୟତ ସମିତି ଅଧ୍ୟକ୍ଷା ସୁଶ୍ରୀ ବିଦ୍ୟୁତ୍‌ଲତା ନାୟକ, ଗୁଆମାଳ ସରପଞ୍ଚ ପ୍ରଦୀପ କୁମାର ପଣ୍ଡା ଓ ସ୍ଥାନୀୟ ନେତୃମଣ୍ଡଳୀଙ୍କ ଉପସ୍ଥିତିରେ ସଂପନ୍ନ ହୋଇଛି । ଏହି ବିଦ୍ୟାଳୟ କେବଳ ତିହିଡି ନୁହେଁ, ପଡୋଶୀ ଅଂଚଳର ପିଲାମାନଙ୍କ ଅଧ୍ୟୟନ କ୍ଷେତ୍ରରେ ଏକ ମାଇଲ୍ ଖୁଣ୍ଟି ହେବାକୁ ଯାଉଥିବାରୁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ବହୁ ବୁଦ୍ଧିଜୀବୀ ମତବ୍ୟକ୍ତ କରିଛନ୍ତି ।