Odiapua.com

ଭଦ୍ରକ ବିଡିଓଙ୍କର ହୃଦ୍‌ଘାତରେ ମୃତ୍ୟୁ : ଜିଲ୍ଲା ପ୍ରଶାସନ ପକ୍ଷରୁ ଶୋକ

ଭଦ୍ରକ, ୧୭ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ବ୍ଲକର ବିଡିଓ ଭାବେ କାର୍ଯ୍ୟ କରୁଥିବା ଦାମୋଦର ଖୁଣ୍ଟିଆଙ୍କର ଗତକାଲି ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ଖୁଣ୍ଟିଆ ଗତ ବର୍ଷ ଆଜିର ଦିନରେ ଭଦ୍ରକ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା । ତାଙ୍କ ମୃତ୍ୟୁରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗଭୀର ଶୋକ ପ୍ରକଟ କରାଯାଇ ଏକ ଶ୍ରଦ୍ଧାଞ୍ଜଳି ସଭା ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ଡ. ଜ୍ଞାନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସଭାରେ ଉପସ୍ଥିତ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ୟାମଭକ୍ତ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅରୁଣ କୁମାର ମହାପାତ୍ର, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, କର୍ମଚାରୀ ଯୋଗ ଦେଇ ନିରବ ପ୍ରାର୍ଥନା ପୂର୍ବକ ଅମରଆତ୍ମାର ସଦ୍‌ଗତି କାମନା କରିଥିଲେ ।