Odiapua.com

ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ଉଚ୍ଚଶିକ୍ଷା ପ୍ରତିଷ୍ଠାନ ଗୁଡ଼ିକୁ ଅଧିକ ସ୍ୱାୟତ୍ତତା ପ୍ରଦାନ କରିବ – ଧର୍ମେନ୍ଦ୍ର ପ୍ରଧାନ

ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ଗଠନ ନେଇ ଶିକ୍ଷା ମନ୍ତ୍ରଣାଳୟର ଅଧିକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ବୈଠକ

– ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ଗଠନ ଦ୍ୱାରା ଶିକ୍ଷା ବ୍ୟବସ୍ଥାର ବିଔପନିବେଶୀକରଣ ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ

ନୂଆଦିଲ୍ଲୀ/ଭୁବନେଶ୍ୱର, ମଇ ୦୯ (ଓଡ଼ିଆ ପୁଅ) – ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ (ଏଚଇସିଆଇ) ଗଠନ କରିବା ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି।

ରାଷ୍ଟ୍ରୀୟ ଶିକ୍ଷା ନୀତି-୨୦୨୦ରେ ଏହି ଗୁରୁତ୍ୱପୂର୍ଣ୍ଣ ସୁପାରିଶ ଆମ ଶିକ୍ଷା ବ୍ୟବସ୍ଥାର ବିଔପନିବେଶୀକରଣ ଦିଗରେ ଅନେକ ପଦକ୍ଷେପ ମଧ୍ୟରୁ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ଉଚ୍ଚଶିକ୍ଷା ପ୍ରତିଷ୍ଠାନ ଗୁଡ଼ିକୁ ଅଧିକ ସ୍ୱାୟତ୍ତତା ପ୍ରଦାନ କରିବ। ଏହାସହ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବିଶ୍ୱମାନର ଏକାଡ଼େମିକ୍ ପ୍ରଦାନ କରିବ। ଶିକ୍ଷାନିଷ୍ଠାନର ଗଭର୍ଣ୍ଣାସ ଉପରେ ଦୃଷ୍ଟି ଦେବା ସହ ଭାରତୀୟ ଉଚ୍ଚ ଶିକ୍ଷା ଆୟୋଗ ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ମାର୍ଗଦର୍ଶକ ସାଜିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।