ନୂଆଦିଲ୍ଲୀ,୧୦/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ):ଜମ୍ମୁ କଶ୍ମୀରରେ ୩୭୦ ଧାରା ଉଚ୍ଛେଦକୁ ନେଇ ଆମେରିକା, ଚୀନ୍ ପରେ ଏବେ ଋଷ୍ ଭାରତକୁ ସମର୍ଥନ କରିଛି । ରୁଷ୍ ଏନେଇ କହିଛି ଯେ, ଜମ୍ମୁ କଶ୍ମୀରକୁ କେନ୍ଦ୍ରଶାସିତ ଅଞ୍ଚଳ କରିବା ନିଷ୍ପତ୍ତି ଭାରତର ସମ୍ବିଧାନ ପରିସରରେ ରହିଛି । ତେଣୁ ଭାରତର ନିଷ୍ପତ୍ତି ସମ୍ପୂର୍ଣ୍ଣ ଠିକ୍ । ତେବେ ଭାରତ ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରି କେନ୍ଦ୍ର ଶାସିତ ଅଞ୍ଚଳ କରିବା ନିଷ୍ପତ୍ତି ସମ୍ବିଧାନ ଅନୁସାରେ ନେଇଛି ବୋଲି ଋଷିଆ ବିଦେଶ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।
ଏହି ନିଷ୍ପତ୍ତିରେ ଭାରତ ଓ ପାକିସ୍ତାନ ମଧ୍ୟରେ କୌଣସି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେବନାହିଁ ବୋଲି ଋଷିଆ ଆଶା ବ୍ୟକ୍ତ କରିଛି।