Home Top News ଭୁବନେଶ୍ୱରରେ ‘ଉତ୍ତମ ପ୍ରଶାସନ ବ୍ୟବସ୍ଥାର ପ୍ରତିଫଳନ’ ସମ୍ପର୍କିତ ଦୁଇ ଦିନିଆ ସମ୍ମିଳନୀ : ଉଦଯାପନୀ ସମାରୋହରେ...

ଭୁବନେଶ୍ୱରରେ ‘ଉତ୍ତମ ପ୍ରଶାସନ ବ୍ୟବସ୍ଥାର ପ୍ରତିଫଳନ’ ସମ୍ପର୍କିତ ଦୁଇ ଦିନିଆ ସମ୍ମିଳନୀ : ଉଦଯାପନୀ ସମାରୋହରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଡ. ଜିତେନ୍ଦ୍ର ସିଂ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

20

ଭୁବନେଶ୍ୱର, ୦୨।୧୨ (ଓଡ଼ିଆ ପୁଅ) କେନ୍ଦ୍ର ସରକାରଙ୍କ ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗ (ଡିଏଆରପିଜି) ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱରଠାରେ ଏକ ଆଞ୍ଚଳିକ ସମ୍ମିଳନୀ ଆୟୋଜିତ ହେବ। ଡିସେମ୍ବର ୩-୪ ତାରିଖ ଦୁଇ ଦିନ ଧରି ଅର୍ଦ୍ଧ-ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହେବାକୁ ଏହି ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି : “ଉତ୍ତମ ପ୍ରଶାସନ ବ୍ୟବସ୍ଥାର ପ୍ରତିଫଳନ”। ଏହି ସମ୍ମିଳନୀର ଉଦଯାପନୀ ଅଧିବେଶନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ଉଦବୋଧନ ଦେବେ।

ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଡିଏଆରପିଜି ସଚିବ ଶ୍ରୀ ସଞ୍ଜୟ ସିଂ ମଧ୍ୟ ଉଦଘାଟନୀ ଓ ଉଦଯାପନୀ ଅଧିବେଶନରେ ଉପସ୍ଥିତ ରହିବେ। ବିଭିନ୍ନ ଅଧିବେଶନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ନୀତି ଆୟୋଗ ଭଳି ପ୍ରତିଷ୍ଠାନର ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଅଧିବେଶନରେ ଯୋଗ ଦେଇ ପରସ୍ପର ମଧ୍ୟରେ ବିଚାରବିମର୍ଶ କରିବେ।

ସାଧାରଣ ପ୍ରଶାସନ କ୍ଷେତ୍ରରେ ନବୋନ୍ମେଷ ଆଣିବା, ଜୀବନ ଧାରଣ ମାନରେ ସୁଧାର ଆଣିବା ଲାଗି ଭବିଷ୍ୟତର ଜନ ସମାଧାନ ପ୍ରକ୍ରିୟାରେ ସୁଧାର, ଇ-ଗଭର୍ଣ୍ଣାନ୍ସ, ଡିଜିଟାଲ ଗଭର୍ଣ୍ଣାନ୍ସ ଆଦି କ୍ଷେତ୍ରରେ ଅଭିଜ୍ଞତା ବିନିମୟ ପାଇଁ ଜାତୀୟ ଓ ରାଜ୍ୟ ସ୍ତରୀୟ ସାଧାରଣ ପ୍ରଶାସନ ସଂଗଠନଗୁଡ଼ିକୁ ଗୋଟିଏ ମଞ୍ଚରେ ଏକତ୍ରିତ କରିବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ଏହି ସମ୍ମିଳନୀରେ ଓଡ଼ିଶା ସମେତ ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ମଣିପୁର, ସିକିମ, ନାଗାଲାଣ୍ଡ, ମିଜୋରାମ, ତ୍ରିପୁରା, ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼ ଏବଂ ଆନ୍ଧ୍ରପ୍ରଦେଶ ଆଦି ୧୪ ରାଜ୍ୟର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.