Home Top News ଭୁବନେଶ୍ୱରରେ ପହଁଚିଲା ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ପହଁଚିଲା ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

64

ଭୁବନେଶ୍ୱର ୧୧-୧୨ (ଓଡ଼ିଆ ପୁଅ) କୁନୁର ହେଲିକପ୍ଟର ଦୁର୍ଘଟଣାରେ ଶହୀଦ ହୋଇଥିବା ଓଡ଼ିଆ ଯୁବକ ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦରକୁ ଯାଇ ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀରରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.