Home Top News ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

149

ଭୁବନେଶ୍ୱର ୬/୭ (ଓଡ଼ିଆ ପୁଅ) ଭୁବନେଶ୍ୱର ଏମ୍ସ AIIMS ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି।

ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ।

ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି।

AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, SCB ମେଡ଼ିକାଲ କଲେଜ କଟକ, MKCG ମେଡ଼ିକାଲ କଲେଜ ବ୍ରହ୍ମପୁର ଏବଂ VIMSAR ବୁର୍ଲାରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି।

ସାରା ରାଜ୍ୟରେ ବର୍ତ୍ତମାନ ୩୩୮ ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.