Home ଜିଲ୍ଲା ପରିକ୍ରମା ଭୋଟର ପଂଜୀକରଣ ନିମନ୍ତେ ସଚେତନତା ରଥ

ଭୋଟର ପଂଜୀକରଣ ନିମନ୍ତେ ସଚେତନତା ରଥ

24

ନୟାଗଡ଼, ୧୩ା୮ (ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ): ଇଲେକ୍‌ଟୋରାଲ ରେଜିଷ୍ଟ୍ରେସନ ଅଧିକାରୀ ତଥା ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ ଓ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ସାହୁ ଭୋଟର ତାଲିକା ସଂଶୋଧନ, ନୂତନ ଭୋଟର ପଂଜୀକରଣ ଏବଂ ଆଧାର ସଂଯୋଗୀକରଣର ଜନସଚେତନତା ପାଇଁ ଏକ ସଚେତନତା ରଥ ପତାକା ହଲାଇ ଶୁଭାରମ୍ଭ କରିଥିଲେ। ଏହି ରଥ ଦୀର୍ଘ ଆଠ ଦିନ ବ୍ୟାପି ଜିଲ୍ଲାର ସମସ୍ତ ବ୍ଲକ ଏବଂ ସହରାଂଚଳ ପରିକ୍ରମା କରି ଭୋଟର ତ୍ରୁଟି ସଂଶୋଧନ ସହ ନିର୍ବାଚନ ମଣ୍ଡଳୀ ମଧ୍ୟରେ କିମ୍ବା ବାହାରକୁ ବାସସ୍ଥାନ ସ୍ଥାନାନ୍ତରଣ, ଭୋଟର ପରିଚୟ ପତ୍ର ବଦଳ, ଦିବ୍ୟାଙ୍ଗ ଭୋଟରଙ୍କ ଚିହ୍ନଟ, ମତଦାନ କେନ୍ଦ୍ରର ନିର୍ଦ୍ଧାରଣ ଓ ପରିବର୍ତ୍ତନ, ଭୋଟର ତାଲିକାର ଅସଙ୍ଗତି ଦୂରୀକରଣ, ଭୋଟରମାନଙ୍କର ଉନ୍ନତମାନର ଫଟୋ ସଂଗ୍ରହ ଓ ଆଧାର ସଂଯୋଗୀକରଣ ଇତ୍ୟାଦି ଉପରେ ଜନସଚେତନତା ସୃଷ୍ଟି କରାଯିବ। ଏହା ସହିତ ବର୍ଷକୁ ଜାନୁଆରି ୧, ଅପ୍ରେଲ ୧, ଜୁଲାଇ ୧ ଏବଂ ଅକ୍ଟୋବର ୧ ଏମିତି ୪ଥର ନୂତନ ଭୋଟର ପଂଜୀକରଣ ସୁଯୋଗ ଉପରେ ଜନସାଧାରଣଙ୍କୁ ସଚେତନ କରାଯିବ। ଏହି କାର୍ଯ୍ୟକ୍ରମଗୁଡ଼ିକ ନଭେମ୍ବର ୯ତାରିଖ ଠାରୁ ଆରମ୍ଭ ହୋଇ ଡିସେମ୍ବର ୮ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ଭିତରେ ଭୋଟରମାନେ ସ୍ୱେଚ୍ଛାକୃତ ଭାବେ ସେମାନଙ୍କର ଫର୍ମ ପୂରଣ କରି ଦାଖଲ କରିପାରିବେ ବୋଲି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.