Home ଓଡ଼ିଶା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଶୋଚନୀୟ ମୃତ୍ୟୁ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଶୋଚନୀୟ ମୃତ୍ୟୁ

43

ବଲାଙ୍ଗୀର, ୫-୨ (ଓଡ଼ିଆ ପୁଅ/ସନ୍ତୋଷ ନାୟକ) : ବଲାଙ୍ଗିର-ଟିଟିଲାଗଡ ରାସ୍ତାର ସାଗରପାଲି ଛକ ନିକଟରେ ଆଜି ଭୋର ୪ଟାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଭୀମଭୋଇ ମେଡିକାଲ୍‌କଲେଜ ଓ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆର ବ୍ରାଞ୍ଚ ମ୍ୟାନେଜର ଥିବାବେଳେ ଅନ୍ୟ ଜଣଙ୍କ ପରିଚୟ ମିଳିପାରିନି।

୪ ଜଣ ଗୋଟିଏ ଇନୋଭା କାର୍‌ରେ ନବରଙ୍ଗପୁରରୁ ଭୁବନେଶ୍ୱର ଯାଉଥିଲେ। ଏହି ସମୟରେ ସାଗରପାଲି ଛକ ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଇନୋଭାଟି ରାସ୍ତା କଡ଼ରେ ଥିବା ଗୋଟିଏ ଗଛରେ ପିଟି ହୋଇ ଯାଇଥିଲା। ଘଟଣାସ୍ଥଳରେ ବ୍ୟାଙ୍କ ମ୍ୟାନେଜର ଓ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଡ୍ରାଇଭର ଭୀମା ହରିଜନ ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ଦେଓଗାଁ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲ୍‌କଲେଜ ଓ ହସ୍ପିଟାଲ୍‌ରେ ଭର୍ତ୍ତି କରିଛି। ଏହାସହ ପୋଲିସ୍‌ଘଟଣାର ତତନ୍ତ କରୁଛି।

କିଛିଦିନ ତଳେ ନୟାଗଡ଼ରେ ୨ଟି ଦୁର୍ଘଟଣା ଘଟିଥିବା ବେଳେ ପାରାଦୀପରେ ଗୋଟିଏ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.