Home ଓଡ଼ିଶା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସାଇକେଲ ଆରୋହୀ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସାଇକେଲ ଆରୋହୀ ମୃତ

82

ଭଦ୍ରକ,୧୦/୦୯,(ଓଡ଼ିଆ ପୁଅ ପି ନାଏକ): ଭଦ୍ରକ ନୂଆ ବସଷ୍ଟାଣ୍ଡ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅଜଣା ଗାଡ଼ି ଧକ୍କାରେ ଦୁଇ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ଦୁର୍ଘଟଣା ଘଟାଇ ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଦୁଇ ମୃତକଙ୍କ ମଧ୍ୟରୁ ଜଣଙ୍କର ବୟସ ୨୨ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣେ ୮ରୁ ୯ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.