Odiapua.com

ମହାତ୍ମା ଗାନ୍ଧୀଙ୍କ ପ୍ରଥମ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି, ପ୍ରଶାସନ ପକ୍ଷରୁ ପ୍ରତିମୂର୍ତ୍ତିମାନଙ୍କରେ ମାଲ୍ୟାର୍ପଣ

ଭଦ୍ରକ, ୨୩ା୩ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଓଡ଼ିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ କ୍ରମେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରଥମ ଓଡ଼ିଶା ଆଗମନର ୧୦୦ ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ଅବସରରେ ଆଜି ଭଦ୍ରକ ପୌରାଞ୍ଚଳ ମୁଖ୍ୟ ରାସ୍ତା ପାଶ୍ୱର୍ରେ ଅବସ୍ଥିତ ଗାନ୍ଧୀ ପ୍ରତିମୂର୍ତ୍ତି ଗୁଡ଼ିକରେ ଜିଲ୍ଲା ପ୍ରଶାସନ ତରଫରୁ ମାଲ୍ୟାର୍ପଣ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ଅରୁଣ କୁମାର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ନୂତନ ଭାବେ ଯୋଗ ଦେଇଥିବା ଜିଲ୍ଲା ସଂସ୍କୃତି ଅଧିକାରୀ ତନୁଜା ସିର୍କା ପ୍ରମୁଖ ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସାମିଲ ଥିଲେ। ଐତିହାସିକ ଗାନ୍ଧୀ ପଡ଼ିଆ, ଭଦ୍ରକ ବ୍ଲକ ପରିସର, ମହତାବ କୋଠି ଏବଂ ଜିଲ୍ଲାସ୍କୁଲ ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଗୁଡ଼ିକରେ ମାଲ୍ୟାର୍ପଣ କରାଯାଇଥିଲା। ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।