ବାଲିଗୁଡା, ୨୮-୯ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ )କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ମହାତ୍ମା ଗାନ୍ଧୀ ଙ୍କ ୧୫୦ ତମ ଜନ୍ମଦିନ ଉପଲକ୍ଷେ ବାଲିଗୁଡା ବ୍ଲକ ସ୍ତରୀୟ କୁଇଜ, ବକୃତା, ଚିତ୍ରାଙ୍କନ ଭଳି ବିଭିନ୍ନ ପ୍ରତିଯୋଗିତାଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତା ଶେଷରେ ଏକ ସଭାର ଆୟୋଜନ କରାଯାଇଥିଲା। ଉକ୍ତ ସଭାରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଧ୍ୟକ୍ଷତା କରିଥିବାବେଳେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ ସାମସନ ନାୟକ, ବଳରାମ ବେହେରା, ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ନିବେଦିତା ନାୟକ ଏବଂ ମୁଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ ତଥା BRCC ମହେଶ୍ୱର ମାଝି ଯୋଗଦେଇ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରଥମେ ଅତିଥି ମାନେ ମହାତ୍ମା ଗାନ୍ଧୀ ଙ୍କ ଫୋଟ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ କରି ପୁଷ୍ପମାଲ୍ୟା ଅର୍ପଣ କରିଥିଲେ। ଶିକ୍ଷକ ପଵିତ୍ର ମୋହନ ପାଢ଼ୀ ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ସ୍ୱାଗତ ଭାଷଣ ଦେଇଥିବା ବେଳେ ସିଆରସିସି ଗୌରୀ ଶଙ୍କର ପାଢ଼ୀ, ଅମୁଲ୍ୟ କୁମାର ନାୟକ ପ୍ରମୁଖ ପରିଚାଳନା କରିଥିଲେ। ଅନୁଷ୍ଠାନର ଛାତ୍ରୀମାନେ ସ୍ୱଚ୍ଛ ଭାରତ ସମ୍ପକିର୍ତ ଏକ ସାଂସ୍କୃତିକ ନୃତ୍ୟ ପରିବେଷଣ କରିଥିଲେ।ବିଭିନ୍ନ ପ୍ରତିଯୋଗିତା ଓ ନୃତ୍ୟ ରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା। ଶେଷରେ ଶିକ୍ଷକ ଶିଶିର କାନ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।